ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା : ମୟୂରଭଞ୍ଜ ଜିଲ୍ଲାର କପ୍ତିପଦାରେ ସର୍ବାଧିକ ୧୬.୦ ମି.ମି. ବର୍ଷା ରେକର୍ଡ଼
ଭୁବନେଶ୍ୱର, ୧ ଅକ୍ଟୋବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ମୟୂରଭଞ୍ଜ ଜିଲ୍ଲାର କପ୍ତିପଦାରେ ସର୍ବାଧିକ ୧୬.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି ଭଦ୍ରକ ଜିଲ୍ଲାର ବାସୁଦେବପୁରରେ ୧୫.୦ ମି.ମି., ନବରଙ୍ଗପୁର ଜିଲ୍ଲାର ଚନ୍ଦାହ
ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା : ମୟୂରଭଞ୍ଜ ଜିଲ୍ଲାର କପ୍ତିପଦାରେ ସର୍ବାଧିକ ୧୬.୦  ମି.ମି. ବର୍ଷା ରେକର୍ଡ଼


ଭୁବନେଶ୍ୱର, ୧ ଅକ୍ଟୋବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ମୟୂରଭଞ୍ଜ ଜିଲ୍ଲାର କପ୍ତିପଦାରେ ସର୍ବାଧିକ ୧୬.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।

ସେହିପରି ଭଦ୍ରକ ଜିଲ୍ଲାର ବାସୁଦେବପୁରରେ ୧୫.୦ ମି.ମି., ନବରଙ୍ଗପୁର ଜିଲ୍ଲାର ଚନ୍ଦାହାଣ୍ଡିରେ ୯.୦ ମି.ମି., ବାଲେଶ୍ୱର ଜିଲ୍ଲାର ସୋରୋରେ ୩.୦ ମି.ମି., ନବରଙ୍ଗପୁର ଜିଲ୍ଲାର ନବରଙ୍ଗପୁର(ପିଟିଓ)ରେ ୧.୦ ମି.ମି. ଏବଂ କେନ୍ଦୁଝର ଜିଲ୍ଲାର କେନ୍ଦୁଝରଗଡ଼ରେ ୦.୬ ମି.ମି. ବର୍ଷା ରେକର୍ଡ ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande