ଗୋଦାବରୀଶ ମହାପାତ୍ରଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ଓ ଅନ୍ୟମାନେ
ଭୁବନେଶ୍ୱର, 01 ଅକ୍ଟୋବର (ହି.ସ.)- ଗୋଦାବରୀଶ ମହାପାତ୍ରଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ଓ ଅନ୍ୟମାନେ । ଏନେଇ ସୋସିଆଲ ମିଡିଆ ଏକ୍ସରେ ଏକ ବାର୍ତ୍ତା ଜାରି କରି ରାଜ୍ୟପାଳ କହିଛନ୍ତି ଯେ, ବିଶିଷ୍ଟ ସାହିତ୍ୟିକ ସ
ଗୋଦାବରୀଶ


ଭୁବନେଶ୍ୱର, 01 ଅକ୍ଟୋବର (ହି.ସ.)- ଗୋଦାବରୀଶ

ମହାପାତ୍ରଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ

ଓ ଅନ୍ୟମାନେ ।

ଏନେଇ ସୋସିଆଲ ମିଡିଆ

ଏକ୍ସରେ ଏକ ବାର୍ତ୍ତା ଜାରି କରି ରାଜ୍ୟପାଳ କହିଛନ୍ତି ଯେ, ବିଶିଷ୍ଟ ସାହିତ୍ୟିକ ସ୍ୱର୍ଗତ

ଗୋଦାବରୀଶ ମହାପାତ୍ରଙ୍କ ଜୟନ୍ତୀ ଅବସରରେ ଭକ୍ତିପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି । ଓଡ଼ିଆ ସାହିତ୍ୟ

ପ୍ରତି ତାଙ୍କର ଅବଦାନ ଅତୁଳନୀୟ । ତାଙ୍କ ଲେଖନୀ ଆମ ଭାଷା ଓ ସାହିତ୍ୟକୁ ସମୃଦ୍ଧ କରିଛି ଏବଂ

ଆଗାମୀ ପିଢ଼ିକୁ ସର୍ବଦା ପ୍ରେରଣା ଦେଉଥିବ ।

ମୁଖ୍ୟମନ୍ତ୍ରୀ ମୋହନ ଚରଣ

ମାଝୀ ଏକ ବାର୍ତ୍ତା ଜାରି କରି କହିଛନ୍ତି ଯେ, ବିଶିଷ୍ଟ ସାହିତ୍ୟିକ ଗୋଦାବରୀଶ ମହାପାତ୍ରଙ୍କ

ଜୟନ୍ତୀରେ ଭକ୍ତିପୂତ ପ୍ରଣାମ। ଓଡ଼ିଆ ସାହିତ୍ୟ ପ୍ରତି ତାଙ୍କର ଅମୂଲ୍ୟ ଅବଦାନ ଚିରକାଳ

ପାଠକଙ୍କ ହୃଦୟରେ ଅମର ହୋଇ ରହିବ । ତାଙ୍କ ସାହିତ୍ୟକୃତି ଓଡ଼ିଆ ଭାଷା ଓ ସାହିତ୍ୟର ଗୌରବକୁ

ସମୃଦ୍ଧ କରିବା ସହ ଆଗାମୀ ପିଢ଼ିକୁ ପ୍ରେରଣା ଯୋଗାଇବ ।

ସୋସିଆଲ ମିଡିଆ ଏକ୍ସରେ

ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ କହିଛନ୍ତି ଯେ, ବିଶିଷ୍ଟ ସାହିତ୍ୟିକ ସ୍ୱର୍ଗତ

ଗୋଦାବରୀଶ ମହାପାତ୍ରଙ୍କ ଜୟନ୍ତୀ ଅବସରରେ ତାଙ୍କ ଅମର ଆତ୍ମା ନିକଟରେ ମୋର ଭକ୍ତିପୂତ

ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଅଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande