ସୁରେନ୍ଦ୍ରନାଥ ଦ୍ୱିବେଦୀଙ୍କ ତିରୋଧାନ ଦିବସରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ରାଜ୍ୟପାଳ, ଉପମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 01 ଅକ୍ଟୋବର (ହି.ସ.)- ସୁରେନ୍ଦ୍ରନାଥ ଦ୍ୱିବେଦୀଙ୍କ ତିରୋଧାନ ଦିବସରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ରାଜ୍ୟପାଳ, ଉପମୁଖ୍ୟମନ୍ତ୍ରୀ । ଏହି ଅବସରରେ ସୋସିଆଲ ମିଡିଆ ଏକ୍ସରେ ଏକ ବାର୍ତ୍ତା ଜାରି କରି ରାଜ୍ୟପାଳ କହିଛନ୍ତି ଯେ, ମହାନ ସ୍ୱାଧୀନ
ସୁରେନ୍ଦ୍ରନାଥ


ଭୁବନେଶ୍ୱର, 01 ଅକ୍ଟୋବର (ହି.ସ.)- ସୁରେନ୍ଦ୍ରନାଥ

ଦ୍ୱିବେଦୀଙ୍କ ତିରୋଧାନ ଦିବସରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ରାଜ୍ୟପାଳ,

ଉପମୁଖ୍ୟମନ୍ତ୍ରୀ ।

ଏହି ଅବସରରେ ସୋସିଆଲ ମିଡିଆ

ଏକ୍ସରେ ଏକ ବାର୍ତ୍ତା ଜାରି କରି ରାଜ୍ୟପାଳ କହିଛନ୍ତି ଯେ, ମହାନ ସ୍ୱାଧୀନତା ସଂଗ୍ରାମୀ, ବିଶିଷ୍ଟ

ସାମ୍ବାଦିକ, ରାଜନେତା ଓ ଲେଖକ ସୁରେନ୍ଦ୍ରନାଥ ଦ୍ୱିବେଦୀଙ୍କ ତିରୋଧାନ ଦିବସରେ

ଭକ୍ତିପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି। ଦେଶ ଓ ସମାଜ ପ୍ରତି ସୁରେନ୍ଦ୍ରନାଥ ଦ୍ୱିବେଦୀଙ୍କ ଅମୂଲ୍ୟ

ଅବଦାନ ଚିରସ୍ମରଣୀୟ। ତାଙ୍କର ଆଦର୍ଶ ଓ କର୍ମମୟ ଜୀବନ ଆଗାମୀ ପିଢ଼ି ପାଇଁ ସର୍ବଦା ପ୍ରେରଣାର

ଉତ୍ସ ହୋଇ ରହିବ।

ଉପମୁଖ୍ୟମନ୍ତ୍ରୀ କନକ

ବର୍ଦ୍ଧନ ସିଂହଦେଓ ଏକ ବାର୍ତ୍ତା ଜାରି କରି କହିଛନ୍ତି ଯେ, ବିଶିଷ୍ଟ ସ୍ଵାଧୀନତା ସଂଗ୍ରାମୀ, ସାମ୍ବାଦିକ ତଥା ରାଜନେତା ସୁରେନ୍ଦ୍ରନାଥ ଦ୍ବିବେଦୀଙ୍କ ତିରୋଧାନ

ଦିବସରେ ତାଙ୍କର ଅମର ଆତ୍ମା ନିକଟରେ ମୋର ବିନମ୍ର ଶ୍ରଦ୍ଧାଞ୍ଜଳି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande