
ପୁରୀ, ୧ ଅକ୍ଟୋବର (ହି.ସ.)- ପୁରୀ ଜିଲ୍ଲା ଆଇନ ସେବା ପ୍ରାଧିକରଣର ଅଧ୍ୟକ୍ଷ ତଥା ଜିଲ୍ଲା ଓ ଦୌରାଜଜ୍ ଆନନ୍ଦ ନାରାୟଣ ମହାରଣାଙ୍କ ନିର୍ଦ୍ଦେଶ ଅନୁଯାଇ ଆଜି ପୂର୍ବାହ୍ନ ୧୧ଟା ୩୦ ସମୟରେ ହୋପ ଇଜ ଲାଇଫ ଚାରିଟେବୁଲ ଟ୍ରଷ୍ଟ, ବେଲଦଳ, ପୁରୀ ଠାରେ ଆଇନ ସେବା ପ୍ରାଧିକରଣ ତରଫରୁ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ଉପଲକ୍ଷେ ଏକ ଆଇନ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଅଛି। ଆଜିର ଏହି କାର୍ଯ୍ୟକ୍ରମକୁ ପୁରୀ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ପରିତୋଷ କୁମାର ସେଠୀ ଉଦ୍ଘାଟନ କରିବା ସହ ନିଜ ବକ୍ତବ୍ୟରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ରହିଥିବା ଆଇନ ସହାୟତା ବ୍ୟବସ୍ଥା ଉପରେ ଆଲୋଚନା କରିବା ସହ ଆଇନ ସେବା ପ୍ରାଧିକରଣ ଅଧିନିୟମ ୧୯୮୭ ରେ ଥିବା ବିଭିନ୍ନ ବିଧି ବ୍ୟବସ୍ଥାର ଉଦ୍ଦେଶ୍ୟ ଓ ଆଭିମୁଖ୍ୟ, ନିଶୁଳ୍କ ଆଇନ ସେବା ଯୋଗ୍ୟ ହିତାଧିକାରୀ, ଲୋକ ଅଦାଲତ, ମଧ୍ୟସ୍ଥତା କେନ୍ଦ୍ର, ନ୍ୟାୟ ସଂଯୋଗ, ୧୫୧୦୦ ଏବଂ ସମ୍ମୁଖ କାର୍ଯ୍ୟ।ଳୟ ବିଷୟରେ ଅବଗତ କରାଇବା ସହ ଆଇନ ସେବା କ'ଣ ଏବଂ ଆଇନ ସେବା ପାଇବା ପାଇଁ କେଉଁ କେଉଁମାନେ ଯୋଗ୍ୟ, ସେହି ବିଷୟରେ ଆଲୋଚନା କରିଥିଲେ ।
ଆଜିର ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ଅନୁଷ୍ଠାନର ଅନ୍ତେବାସୀ ଏବଂ ସେଠାକାର ଉପସ୍ଥିତ କର୍ମକର୍ତା ମାନଙ୍କୁ ଆଇନ ସେବା ପ୍ରାଧିକରଣ ତରଫରୁ ଟିଫ଼ିନ ବଣ୍ଟାଯାଇଥିଲା ଏବଂ ପରିଶେଷରେ ସେମାନଙ୍କୁ ପ୍ରାଧିକରଣ ତରଫରୁ ଧନ୍ୟବାଦ ଅର୍ପଣ ସହ ଆଇନ ସେବାର ଉପଯୋଗୀତା ଓ ଉପଦେୟତାକୁ ଜନସାଧାରଣଙ୍କ ମଧ୍ୟରେ ପ୍ରଚାର କରିବା ସହ ଏହା କିପରି ଜନସାଧାରଣଙ୍କ ଉପଯୋଗୀ ହୋଇପାରିବ ଏଥିପାଇଁ ଆହ୍ବାନ ଦେଇଥିଲେ । ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିବାରେ ପ୍ରାଧିକାରଣର କର୍ମଚାରୀମାନେ ସହଯୋଗ କରିଥିଲେ ।
ହିନ୍ଦୁସ୍ଥାନ ସମାଚାର / ବିଜୟ