
ଭୁବନେଶ୍ୱର, ୧୦ ଅକ୍ଟୋବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ଗୋଟିଏ ସ୍ଥାନରେ ଭୀଷଣ ବର୍ଷା ହୋଇଥିବା ବେଳେ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ପୁରୀ ଜିଲ୍ଲାର ପୁରୀରେ ସର୍ବାଧିକ ୭୯.୪ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ସେହିପରି ବାଲେଶ୍ୱର ଜିଲ୍ଲାର ଔପଦାରେ ୩୮.୦ ମି.ମି., କେନ୍ଦୁଝର ଜିଲ୍ଲାର ହରିଚନ୍ଦନପୁରରେ ୧୯.୪, ନୟାଗଡ଼ ଜିଲ୍ଲାର ଗଣିଆରେ ୧୭.୦ ମି.ମି., ଢ଼େଙ୍କାନାଳ ଜିଲ୍ଲାର ହିନ୍ଦୋଳରେ ୧୧.୨ ମି.ମି., ଜଗତସିଂହପୁର ଜିଲ୍ଲାର ଆଳିପିଙ୍ଗଳରେ ୯.୮ ମି.ମି., ସୁନ୍ଦରଗଡ଼ ଜିଲ୍ଲାର ସୁନ୍ଦରଗଡ଼ରେ ୯.୬ ମି.ମି., ପୁରୀ ଜିଲ୍ଲାର କାକଟପୁରରେ ୯.୦ ମି.ମି., ଯାଜପୁର ଜିଲ୍ଲାର ଯାଜପୁର(ପିଟିଓ)ରେ ୮.୫ ମି.ମି., କଟକ ଜିଲ୍ଲାର ନିଶ୍ଚିନ୍ତକୋଇଲିରେ ୮.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର କୁସୁମିରେ ୮.୦ ମି.ମି., ନୟାଗଡ଼ ଜିଲ୍ଲାର ଭାପୁରରେ ୭.୨ ମି.ମି. ଏବଂ ଭଦ୍ରକ ଜିଲ୍ଲାର ବାସୁଦେବପୁରରେ ୭.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ