
ଭୁବନେଶ୍ୱର, 10 ଅକ୍ଟୋବର (ହି.ସ.)- ପବିତ୍ର ମହାଳୟାର ଶୁଭେଚ୍ଛା ଜଣାଇଛନ୍ତି ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ରାଜ୍ୟପାଳ ଡ.ହରିବାବୁ କମ୍ଭମପତି ଏକ ବାର୍ତ୍ତା ଜାରି କରି କହିଛନ୍ତି ଯେ, ପବିତ୍ର ମହାଳୟା ଉପଲକ୍ଷେ ଶୁଭେଚ୍ଛା ଓ ଶୁଭକାମନା। ମା' ଦୁର୍ଗାଙ୍କ ଆଶୀର୍ବାଦରୁ ସମସ୍ତଙ୍କ ଜୀବନ ସୁଖ ଓ ସମୃଦ୍ଧିରେ ପରିପୂର୍ଣ୍ଣ ହେଉ।
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବାର୍ତ୍ତା ଜାରି କରି କହିଛନ୍ତି ଯେ, ପିତୃପୁରୁଷଙ୍କ ସ୍ମରଣ ପର୍ବ ପବିତ୍ର ମହାଳୟା ଅମାବାସ୍ୟା ଅବସରରେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା। ମା’ ଦୁର୍ଗାଙ୍କ ଧରାବତରଣର ପବିତ୍ର ବେଳାରେ ସମସ୍ତଙ୍କ ଜୀବନ ସୁଖ, ଶାନ୍ତି ଓ ସମୃଦ୍ଧିରେ ଭରିଉଠୁ।
ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏକ ବାର୍ତ୍ତା ଜାରି କରି କହିଛନ୍ତି ଯେ, ପିତୃପୁରୁଷଙ୍କୁ ଅର୍ପଣ, ତର୍ପଣ ଓ ସମର୍ପଣର ପର୍ବ ତଥା ମହାମାୟା ମା ଦୁର୍ଗତିନାଶିନୀ ଦଶଭୁଜାଙ୍କର ଆଗମନର ପର୍ବ 'ମହାଳୟା ' ଉପଲକ୍ଷେ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭ କାମନା।
ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ଏକ୍ସ ହ୍ୟାାଣ୍ଡେଲରେ ଏକ ବାର୍ତ୍ତା ଜାରି କରି କହିଛନ୍ତି ଯେ, ପିତୃପୁରୁଷଙ୍କ ପ୍ରତି ଶ୍ରଦ୍ଧାର୍ଘ୍ୟ ଅର୍ପଣ ସହ ମା’ ଦୁର୍ଗାଙ୍କ ଆଗମନକୁ ଭକ୍ତିର ସହ ସ୍ୱାଗତ କରିବାର ପବିତ୍ର ଅବସର ହେଉଛି ମହାଳୟା। ମା’ଙ୍କ ଆଶୀର୍ବାଦରେ ସମସ୍ତଙ୍କ ଜୀବନ ସୁଖ, ଶାନ୍ତି ଓ ସମୃଦ୍ଧିରେ ଭରିଯାଉ ।
ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ ଏକ୍ସ ହ୍ୟାଣ୍ଡେଲରେ ଏକ ବାର୍ତ୍ତା ଜାରି କରି କହିଛନ୍ତି ଯେ, ପବିତ୍ର ମହାଳୟା ଓ ମା' ଦୂର୍ଗାଙ୍କର ଶୁଭ ଆଗମନ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛି। ମା'ଙ୍କ ଅପାର କରୁଣାରୁ ସମସ୍ତଙ୍କ ଜୀବନ ସୁଖ, ଶାନ୍ତି ଏବଂ ସମୃଦ୍ଧିରେ ପରିପୂର୍ଣ୍ଣ ହେଉ ଏତିକି ପ୍ରାର୍ଥନା।
ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଏକ୍ସରେ ଏକ ବାର୍ତ୍ତା ଜାରି କରି କହିଛନ୍ତି ଯେ, ପବିତ୍ର ମହାଳୟା ଅବସରରେ ସଭିଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା। ମା' ଦୁର୍ଗାଙ୍କ ଆଗମନ ପ୍ରତିଟି ଜୀବନରେ ସୁଖ, ଶାନ୍ତି ଓ ସମୃଦ୍ଧି ଭରିଦେଉ।
ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ ଏକ ବାର୍ତ୍ତା ଜାରି କରି କହିଛନ୍ତି ଯେ, ପବିତ୍ର ‘ମହାଳୟା’ ଅବସରରେ ସମସ୍ତଙ୍କୁ ଶୁଭକାମନା । ମା' ଦୁର୍ଗାଙ୍କ ପାଖରେ ସମସ୍ତଙ୍କର ମଙ୍ଗଳ କାମନା କରୁଛି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା