
ଭୁବନେଶ୍ୱର, ୧୧ ଅକ୍ଟୋବର (ହି.ସ.)- ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ରାଜ୍ୟର ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡା, ଜଗତସିଂହପୁର । ଏସବୁ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।
ପରବର୍ତୀ ୬ ଦିନ ଅର୍ଥାତ୍ ୧୨ ତାରିଖ ସକାଳ ଠାରୁ ୧୮ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କୌଣସି ଜିଲ୍ଲାକୁ ଚେତାବନୀ ନାହିଁ । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ