ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା : ଢ଼େଙ୍କାନାଳ ଜିଲ୍ଲାର ଭୁବନରେ ସର୍ବାଧିକ ୧୨.୦ ମି.ମି. ବର୍ଷା ରେକର୍ଡ଼
ଭୁବନେଶ୍ୱର, ୧୧ ଅକ୍ଟୋବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ଢ଼େଙ୍କାନାଳ ଜିଲ୍ଲାର ଭୁବନରେ ସର୍ବାଧିକ ୧୨.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି ଗଜପତି ଜିଲ୍ଲାର ପାରଳାଖେମୁଣ୍ଡିରେ ୮.୬ ମି.ମି., କେନ୍ଦ୍ରାପଡା ଜିଲ୍ଲାର ପଟ୍ଟ
ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା : ଢ଼େଙ୍କାନାଳ ଜିଲ୍ଲାର ଭୁବନରେ ସର୍ବାଧିକ ୧୨.୦ ମି.ମି. ବର୍ଷା ରେକର୍ଡ଼


ଭୁବନେଶ୍ୱର, ୧୧ ଅକ୍ଟୋବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ଢ଼େଙ୍କାନାଳ ଜିଲ୍ଲାର ଭୁବନରେ ସର୍ବାଧିକ ୧୨.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।

ସେହିପରି ଗଜପତି ଜିଲ୍ଲାର ପାରଳାଖେମୁଣ୍ଡିରେ ୮.୬ ମି.ମି., କେନ୍ଦ୍ରାପଡା ଜିଲ୍ଲାର ପଟ୍ଟାମୁଣ୍ଡାଇରେ ୬.୮ ମି.ମି., ଝାରସୁଗୁଡ଼ା ଜିଲ୍ଲାର କିରମରାରେ ୬.୨ ମି.ମି., ଭଦ୍ରକ ଜିଲ୍ଲାର ବାସୁଦେବପୁରରେ ୫.୦ ମି.ମି., ଗଜପତି ଜିଲ୍ଲାର ଆର.ଉଦୟଗିରିରେ ୫.୦ ମି.ମି., ଜଗତସିଂହପୁର ଜିଲ୍ଲାର ପାରାଦୀପରେ ୪.୪ ମି.ମି., ସମ୍ବଲପୁର ଜିଲ୍ଲାର ସମ୍ବଲପୁରରେ ୩.୮ ମି.ମି., ଢ଼େଙ୍କାନାଳ ଜିଲ୍ଲାର କଙ୍କଡ଼ାହାଡରେ ୨.୬ ମି.ମି., ଝାରସୁଗୁଡ଼ା ଜିଲ୍ଲାର କୋଲାବିରାରେ ୨.୨ ମି.ମି., ଯାଜପୁର ଜିଲ୍ଲାର କୋରେଇରେ ୨.୦ ମି.ମି., ପୁରୀ ଜିଲ୍ଲାର ନିମାପଡାରେ ୧.୮ ମି.ମି. ଏବଂ ନୟାଗଡ଼ ଜିଲ୍ଲାର ନୂଆଗାଁରେ ୧.୪ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande