ବିନିକା ସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିଦର୍ଶନ କଲେ ସ୍ୱାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର, 11 ଅକ୍ଟୋବର (ହି.ସ.)- ସୁବର୍ଣ୍ଣପୁର ଜିଲ୍ଲା ବିନିକା ସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିଦର୍ଶନ କରି ସେଠାରେ ଉପଲବ୍ଧ ସ୍ୱାସ୍ଥ୍ୟସେବା ଓ ବିଭିନ୍ନ ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ। ଏହି ଅବସରରେ ରୋଗୀମାନଙ୍
ପରିଦର୍ଶନ


ଭୁବନେଶ୍ୱର, 11 ଅକ୍ଟୋବର (ହି.ସ.)- ସୁବର୍ଣ୍ଣପୁର

ଜିଲ୍ଲା ବିନିକା ସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିଦର୍ଶନ କରି ସେଠାରେ ଉପଲବ୍ଧ

ସ୍ୱାସ୍ଥ୍ୟସେବା ଓ ବିଭିନ୍ନ ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ

ମହାଲିଙ୍ଗ। ଏହି ଅବସରରେ ରୋଗୀମାନଙ୍କୁ ଉନ୍ନତ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ଯୋଗାଇଦେବା ସହ

ସ୍ୱାସ୍ଥ୍ୟ କେନ୍ଦ୍ରର ସେବା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ପାଇଁ ସମ୍ପୃକ୍ତ ଅଧିକାରୀଙ୍କୁ

ନିର୍ଦ୍ଦେଶ ଦେଇଥିଲେ ମନ୍ତ୍ରୀ । ଏହି ଅବସରରେ ସୁବର୍ଣ୍ଣପୁର ଜିଲ୍ଲାପାଳ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଏବଂ ବରିଷ୍ଠ ଅଧିକାରୀବୃନ୍ଦ

ଉପସ୍ଥିତ ଥିଲେ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande