
ଭଦ୍ରକ, ୧୨ ଅକ୍ଟୋବର (ହି.ସ.) - ଭଦ୍ରକ ଜିଲା ବାସୁଦେବପୁର ବ୍ଳକର ବରଣ୍ଡୁଆ ପଂଚାୟତ ସମିତି ସମ୍ମିଳନୀ କକ୍ଷ ପରିସରଠାରେ ଆଜି ଜ଼ିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେଇଯାଇଛି । ଏହି ଶୁଣାଣିରେ ମୋଟ ୩୮୭ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ଏଥିରୁ ୩୪୧ଟି ବ୍ୟକ୍ତିଗତ ସମସ୍ୟା ସମ୍ବନ୍ଧୀୟ ଥିବାବେଳେ ୪୬ଟି ଗ୍ରାମୀଣ ସମସ୍ୟା ସମ୍ବନ୍ଧୀୟ ଅଭିଯୋଗ ରହିଥିଲା। ଶୁଣାଣି ସମୟରେ ୩୬ଟି ଅଭିଯୋଗର ସ୍ଥଳୀୟ ସମାଧାନ କରାଯାଇଥିଲା। ଏହି ଜନ ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟ , ଆରକ୍ଷୀ ଅଧିକ୍ଷକ ମନୋଜ ରାଉତ, ମୁଖ୍ୟ ଉନ୍ନୟନ ଅଧିକାରୀ, ଊଜଊଇ, ଶୁଭେନ୍ଦ୍ର ସାମଲ, ଜ଼ିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ପ୍ରମୋଦ ପ୍ରହରାଜ, ଉପ ଜ଼ିଲ୍ଲାପାଳ ସୌରଭ ଚକ୍ରବର୍ତୀ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ତନ୍ମିତା କର,. ତହସିଲଦାର ପ୍ରିୟବ୍ରତ ଦାସ ଓ ବାସୁଦେବପୁର କାର୍ଯ୍ୟନିର୍ବାହୀ ଅଧିକାରୀ, ପୌରପାଳିକା ସୁଧାଂଶୁ ମୋହନ ସ୍ୱାଇଁ ଏବଂ ବିଭିନ୍ନ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ।
ହିନ୍ଦୁସ୍ଥାନ ସମାଚାର / ପ୍ରମୋଦ କୁମାର ରାୟ