ଜିଲ୍ଲାପାଳ,ଏସ ପି ଙ୍କ ଜନ ଶୁଣାଣି
ଭୁବନ, ୧୨ ଅକ୍ଟୋବର (ହି.ସ.) - ଭୁବନ ପଂଚାୟତ ସମିତି ସଭାଗୃହରେ ଜିଲ୍ଲାପାଳ ଏବଂ ଏସ ପି ଙ୍କ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ସମୁଦାୟ ୧୦୦ ଟି ଅଭିଯୋଗ ଦାଖଲ ହୋଇଥିଲା । ଘଟଣା ସ୍ଥଳରେ ୬ ଟି ଅଭିଯୋଗର ସମାଧାନ ହୋଇଥିଲା । ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଜ
ଜନ ଶୁଣାଣି


ଭୁବନ, ୧୨ ଅକ୍ଟୋବର (ହି.ସ.) - ଭୁବନ ପଂଚାୟତ ସମିତି ସଭାଗୃହରେ ଜିଲ୍ଲାପାଳ ଏବଂ ଏସ ପି ଙ୍କ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ସମୁଦାୟ ୧୦୦ ଟି ଅଭିଯୋଗ ଦାଖଲ ହୋଇଥିଲା । ଘଟଣା ସ୍ଥଳରେ ୬ ଟି ଅଭିଯୋଗର ସମାଧାନ ହୋଇଥିଲା । ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଜଣ ଓ ରେଡକ୍ରସ ପାଣ୍ଠିରୁ ୨ ଜଣଙ୍କୁ ସମୁଦାୟ ୫୫ ହଜାର ଟଙ୍କା ପ୍ରଦାନ କରାଯାଇଥିଲା। ଅତିରିକ୍ତ ଜିଲ୍ଲାପାଳ ଲଳିତ କୁମାର ବେହେରା, ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ଆଜିଙ୍କ୍ୟ ବାବୁରାଓ ମାନେ, ଆଡିସିନାଲ ପି ଡି ସୌଦାମିନୀ ଦାସ,କାମାକ୍ଷା ନଗର ଉପ ଜିଲ୍ଲାପାଳ ବିକାଶ ଚନ୍ଦ୍ର ମହାନ୍ତି ,ଅତିରିକ୍ତ ମୁଖ୍ୟ ଚିକିତ୍ସାଧିକାରୀ ସପନ କୁମାର ମହାନ୍ତି ।

ଉପକଣ୍ଠ ଆରକ୍ଷୀ ଅଧିକ୍ଷକ ରଜନୀ କାନ୍ତ ସାମଲ,ଭୁବନ ବିଡ଼ିଓ ଆୟୁସି ମହାପାତ୍ର , ତହସିଲଦାର ଶୁଭଶ୍ରୀ ରଥ,ମେଡିକାଲ ଇନଚାର୍ଜ ଡ଼ା .ରମେଶ କୁମାର ସାହୁ,ଏନ୍ ଏ ସି କାର୍ଯ୍ୟ ନିର୍ବାହୀ ଅଧିକାରୀ ପ୍ରଦତ ସାହୁ ଙ୍କ ସମେତ ଅନ୍ୟ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ରହିଥିଲେ ।

ହିନ୍ଦୁସ୍ଥାନ ସମାଚାର / ସୁଶାନ୍ତ


 rajesh pande