
ଭୁବନେଶ୍ୱର, ୧୨ ଅକ୍ଟୋବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ଖୋର୍ଦ୍ଧା ଜିଲ୍ଲାର ବାଣପୁରରେ ସର୍ବାଧିକ ୩୦.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ସେହିପରି ପୁରୀ ଜିଲ୍ଲାର କୃଷ୍ଣପ୍ରସାଦରେ ୯.୬ ମି.ମି., କେନ୍ଦୁଝର ଜିଲ୍ଲାର ବାଂଶପାଳରେ ୩.୦ ମି.ମି., ସୁନ୍ଦରଗଡ଼ ଜିଲ୍ଲାର ହେମଗିରିରେ ୧.୨ ମି.ମି., କେନ୍ଦୁଝର ଜିଲ୍ଲାର ଦୈତାରିରେ ୦.୪ ମି.ମି. ଏବଂ କୋରାପୁଟ ଜିଲ୍ଲାର କୋରାପୁଟରେ ୦.୨ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୋମବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ