ଗଣଶିକ୍ଷା ବିଭାଗ ଆନୁକୂଲ୍ୟରେ ରାଜ୍ୟସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ
ଭୁବନେଶ୍ୱର, ୧୨ ଅକ୍ଟୋବର (ହି.ସ) - ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଆନୁକୂଲ୍ୟରେ ରାଜ୍ୟସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ୟୁନିଟ୍- ୧ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ଶ୍ରୀ ନିତ
ଗଣଶିକ୍ଷା ବିଭାଗ ଆନୁକୂଲ୍ୟରେ ରାଜ୍ୟସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ


ଭୁବନେଶ୍ୱର, ୧୨ ଅକ୍ଟୋବର (ହି.ସ) - ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଆନୁକୂଲ୍ୟରେ ରାଜ୍ୟସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ୟୁନିଟ୍- ୧ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ ଯୋଗ ଦେଇ ସେବା ସଂକଳ୍ପ ଅଭିଯାନରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଅଂଶଗ୍ରହଣ ଓ ସହଭାଗିତାକୁ ପ୍ରଶଂସା କରିଛନ୍ତି । ସମ୍ମାନନୀୟ ଅତିଥି ଭାବେ ଭୁବନେଶ୍ୱର (ଏକାମ୍ର) ବିଧାୟକ ଶ୍ରୀ ବାବୁ ସିଂ, ଭୁବନେଶ୍ୱର (ମଧ୍ୟ) ବିଧାୟକ ଶ୍ରୀ ଅନନ୍ତ ନାରାୟଣ ଜେନା, ୱାର୍ଡ ନଂ ୪୦ ର କର୍ପୋରେଟର୍ ଆସିୟା ବେଗମ୍, ବିଭାଗୀୟ ଆୟୁକ୍ତ ତଥା ଶାସନ ସଚିବ ଡଃ ଏନ୍.ତିରୁମାଲା ନାୟକ, ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀ ଦୁର୍ଗା ପ୍ରସାଦ ମହାପାତ୍ର, ଓସେପାର ଭାରପ୍ରାପ୍ତ ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀମତୀ ସଙ୍ଗୀତା ବେହେରା ପ୍ରମୁଖ ଉପସ୍ଥିତ ଥିଲେ ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande