



ଭୁବନେଶ୍ୱର, ୧୩ ଅକ୍ଟୋବର (ହି.ସ.)- ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ୧୪ ତାରିଖ ସକାଳ ଠାରୁ ଆସନ୍ତା ୧୮ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ୧୪ ତାରିଖ ସକାଳ ଠାରୁ ୧୫ ତାରିଖ ସକାଳ ପର୍ଯ୍ୟନ୍ତ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି । ଏସବୁ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।
ଅନୁରୂପ ଭାବେ ୧୫ ତାରିଖ ସକାଳ ଠାରୁ ୧୬ ତାରିଖ ସକାଳ ପର୍ଯ୍ୟନ୍ତ ୮ ଜିଲ୍ଲା, ୧୬ ତାରିଖ ସକାଳ ଠାରୁ ୧୭ ତାରିଖ ସକାଳ ପର୍ଯ୍ୟନ୍ତ ୬ ଜିଲ୍ଲା ଏବଂ ୧୭ ତାରିଖ ସକାଳ ଠାରୁ ୧୮ ତାରିଖ ସକାଳ ପର୍ଯ୍ୟନ୍ତ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ଅନ୍ୟପକ୍ଷରେ ୧୩ ତାରିଖ ସକାଳ ଠାରୁ ୧୪ ତାରିଖ ସକାଳ ଏବଂ ୧୮ ତାରିଖ ସକାଳ ଠାରୁ ୨୦ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲାଗୁଡିକୁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ