ଝିର୍ଲାପାଲି କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ
Cluster-level-sisu-mahotsav
ଝିର୍ଲାପାଲି କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ


ଝାରସୁଗୁଡ଼ା, ୧୫ ଅକ୍ଟୋବର (ହି.ସ.)-

ଝାରସୁଗୁଡ଼ା ଜିଲ୍ଲା କୋଲାବିରା ବ୍ଲକ ଅନ୍ତର୍ଗତ ଝିର୍ଲାପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଆଜି କୁଲିହାମାଲ ଉଚ୍ଚ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ସିଆରସିସି ବିରଞ୍ଚି ପଟେଲଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜିତ ଏହି ମହୋତ୍ସବର ଉଦ୍ଘାଟନୀ ଉତ୍ସବରେ କୁଲିହାମାଲ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସନ୍ଧ୍ୟାରାଣୀ ଯୋଶୀଙ୍କ ସମେତ ଅବସରପ୍ରାପ୍ତ ଶିକ୍ଷକ ମୋହନ ସୁନ୍ଦର ନାଏକ ଓ ସ୍ୱପ୍ନେଶ୍ୱର ନାଏକ ଅତିଥି ଭାବେ ଯୋଗଦେଇଥିଲେ।

ଏହି ମହୋତ୍ସବରେ ଶହେରୁ ଊର୍ଦ୍ଧ୍ୱ ଛାତ୍ରଛାତ୍ରୀ ଯୋଗଦେଇ ବିଭିନ୍ନ ପ୍ରତିଯୋଗିତାରେ ନିଜର ପ୍ରତିଭା ପ୍ରଦର୍ଶନ କରିଥିଲେ। ଶିଶୁମାନଙ୍କ ଅନ୍ତର୍ନିହିତ ପ୍ରତିଭାର ବିକାଶ ସହ ସେମାନଙ୍କୁ ନିଜ ଦକ୍ଷତା ପ୍ରଦର୍ଶନ ପାଇଁ ସୁଯୋଗ ଦେବା ଏହି ମହୋତ୍ସବର ମୁଖ୍ୟ ଉଦ୍ଦେଶ୍ୟ ଥିଲା। ବିଭିନ୍ନ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ହାସଲ କରିଥିବା କୃତୀ ଛାତ୍ରଛାତ୍ରୀମାନେ ଆଗାମୀ ବ୍ଲକସ୍ତରୀୟ ‘ସୁରଭି’ ମହୋତ୍ସବରେ ଅଂଶଗ୍ରହଣ କରିବେ ବୋଲି ସିଆରସିସି ବିରଞ୍ଚି ପଟେଲ ସୂଚନା ଦେଇଛନ୍ତି।

ଉଦଯାପନୀ ଉତ୍ସବରେ ଅବସରପ୍ରାପ୍ତ ଶିକ୍ଷକ କ୍ଷିତିଚନ୍ଦ୍ର ନାଏକ ଓ ‘ମୋ ସ୍କୁଲ ଅଭିଯାନ’ର ସଭାପତି ସୌରେନ୍ଦ୍ର ନାୟକ ସମ୍ମାନିତ ଅତିଥି ଭାବେ ଯୋଗଦେଇ କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରିଥିଲେ। ଶିକ୍ଷକ ହରିହର ପଟେଲ ଓ ରୋହିତ କୁମାର ଭୋଇ ମଞ୍ଚ ପରିଚାଳନା କରିଥିବା ବେଳେ ଶିକ୍ଷକ ସତ୍ୟପ୍ରକାଶ ଧନ୍ୟବାଦ ଅର୍ପଣ କରିଥିଲେ। ମହୋତ୍ସବର ସଫଳ ଆୟୋଜନରେ କ୍ଲଷ୍ଟରର ସମସ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀ ସହଯୋଗ କରିଥିଲେ।

ହିନ୍ଦୁସ୍ଥାନ ସମାଚାର / ସଞ୍ଜୟ


 rajesh pande