
ଭୁବନେଶ୍ୱର,୧୫ ଅକ୍ଟୋବର (ହି.ସ)- ଗଞ୍ଜାମ ଜିଲ୍ଲା, ଛତ୍ରପୁରଠାରେ ଏକ ସଡ଼କ ଦୁର୍ଘଟଣାରେ ଗଞ୍ଜାମ ଜିଲ୍ଲା ଛତ୍ରପୁର ତହସିଲର ଲକ୍ଷ୍ମୀଧର ଗୌଡ଼ (ପିତା – ରଣସିଂହ ଗୌଡ଼), ଏବଂ ଉତରପ୍ରଦେଶ, କାନପୁରର ବିନୋଦ କୁମାର (ପିତା – ପାଲକରାମ)ଙ୍କର ଦୁଃଖଦ ପ୍ରାଣହାନି ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ମୃତକମାନଙ୍କ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ଏଥିସହ ମୃତକମାନଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସ ମାଧ୍ୟମରେ ଏହି ସୂଚନା ଦିଆଯାଇଛି।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା