ବିଜୟ ପାଇଁ ଏବିଭିପିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭକାମନା
ଭୁବନେଶ୍ୱର, ୧୬ ଅକ୍ଟୋବର (ହି.ସ.)- ରାଜ୍ୟର ବିଭିନ୍ନ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟ ଛାତ୍ର ସଂସଦ ନିର୍ବାଚନରେ ବିପୁଳ ବିଜୟ ହାସଲ କରିଥିବାରୁ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି)କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଭିନନ୍ଦନ ଜଣାଇଛନ୍ତି। ଏହି ବିଜୟ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର
cm


ଭୁବନେଶ୍ୱର, ୧୬ ଅକ୍ଟୋବର (ହି.ସ.)- ରାଜ୍ୟର ବିଭିନ୍ନ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟ ଛାତ୍ର ସଂସଦ ନିର୍ବାଚନରେ ବିପୁଳ ବିଜୟ ହାସଲ କରିଥିବାରୁ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି)କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଭିନନ୍ଦନ ଜଣାଇଛନ୍ତି। ଏହି ବିଜୟ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଜୀଙ୍କ ପ୍ରତି ଯୁବପିଢ଼ି (ଜେନ୍ ଜି)ଙ୍କ ଅତୁଟ ଆସ୍ଥା ଓ ବିଶ୍ୱାସର ପ୍ରତୀକ।

ଜ୍ଞାନ, ଶୀଳ ଓ ଏକତା'ର ଆଦର୍ଶରେ ଗଢ଼ା ଏହି ସଂଗଠନ ସାଧାରଣ ଛାତ୍ରଛାତ୍ରୀଙ୍କ ସ୍ୱରକୁ ସମ୍ମାନ ଦେବା ସହ କ୍ୟାମ୍ପସରେ ଏକ ସୁସ୍ଥ ଶୈକ୍ଷିକ ବାତାବରଣ ଗଢ଼ିତୋଳିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି। ଏହାସହ ରାଷ୍ଟ୍ର ନିର୍ମାଣର ଏହି ମହାନ ଯାତ୍ରାରେ ସମସ୍ତ ବିଜୟୀ ପ୍ରତିନିଧିଙ୍କ ସଫଳ କାର୍ଯ୍ୟକାଳ ଓ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande