ନବୀନ ପଟ୍ଟନାୟକଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି
ଭୁବନେଶ୍ୱର, ୧୬ ଅକ୍ଟୋବର (ହି.ସ.)- ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ (ବିଜେଡି) ସଭାପତି ନବୀନ ପଟ୍ଟନାୟକଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି ଓଡ଼ିଶାର ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି। ରାଜ୍ୟପାଳ ନିଜର ସାମାଜିକ ଗଣମାଧ୍ୟମ ପୋଷ୍ଟରେ ନବୀନ ପଟ୍ଟନାୟକଙ୍କୁ ଜନ
gov


ଭୁବନେଶ୍ୱର, ୧୬ ଅକ୍ଟୋବର (ହି.ସ.)- ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ (ବିଜେଡି) ସଭାପତି ନବୀନ ପଟ୍ଟନାୟକଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି ଓଡ଼ିଶାର ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି।

ରାଜ୍ୟପାଳ ନିଜର ସାମାଜିକ ଗଣମାଧ୍ୟମ ପୋଷ୍ଟରେ ନବୀନ ପଟ୍ଟନାୟକଙ୍କୁ ଜନ୍ମଦିନର ଶୁଭକାମନା ଜଣାଇବା ସହ ତାଙ୍କର ଦୀର୍ଘ, ନିରାମୟ ଓ ସୁଖମୟ ଜୀବନ କାମନା କରିଛନ୍ତି। ଏଥିସହ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ତାଙ୍କର ଉତମ ସ୍ୱାସ୍ଥ୍ୟ ଓ ମଙ୍ଗଳ କାମନା କରି ପ୍ରାର୍ଥନା କରିଥିବା ଉଲ୍ଲେଖ କରିଛନ୍ତି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande