
ଭୁବନେଶ୍ୱର , ୧୬ ଅକ୍ଟୋବର (ହି.ସ.) - ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଛାତ୍ର ସଂସଦ ନିର୍ବାଚନରେ ବିଜୟୀ ସମସ୍ତ ପ୍ରାର୍ଥୀ ଓ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏକ୍ସରେ ପୋଷ୍ଟ କରି ନବୀନ ଲେଖିଛନ୍ତି ଏ ବିଜୟ ଓଡ଼ିଶାର ଜେନ୍ ଜି, ଯୁବ ଓ ଛାତ୍ରଶକ୍ତିଙ୍କ ନିଷ୍ଠା ଏବଂ ଏକତାକୁ ପ୍ରତିଫଳିତ କରୁଛି।
ସେ କହିଛନ୍ତି ଛାତ୍ର ସଂସଦ ନିର୍ବାଚନକୁ ଅନ୍ୟାୟ ଓ ଅସାଧୁ ଉପାୟରେ ଜିତିବା ପାଇଁ ବିଜେପି ସରକାରର ଚକ୍ରାନ୍ତ ବିରୋଧରେ ଦୃଢ଼ତାର ସହ ଲଢ଼ିଥିବା ବିସିଜେଡି ତଥା ବିଜେଡିର ସମସ୍ତ ନେତାମାନଙ୍କୁ ସାଧୁବାଦ ଜଣାଉଛି।
କଲେଜର ଶୈକ୍ଷିକ ବାତାବରଣକୁ ବଜାୟ ରଖି ଛାତ୍ରଛାତ୍ରୀଙ୍କ ଉଜ୍ଜ୍ୱଳ ଭବିଷ୍ୟତ ଗଠନ ପାଇଁ ସମସ୍ତେ ଏକ ହୋଇ ଆଗେଇ ଆସିବାକୁ ସେ ଆହ୍ୱାନ ଦେଇଛନ୍ତି।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା