
ଭୁବନେଶ୍ୱର, ୧୭ ଅକ୍ଟୋବର (ହି.ସ.)। ପବିତ୍ର ମହାସପ୍ତମୀ ଅବସରରେ ଓଡ଼ିଶାବାସୀଙ୍କ ସମେତ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।
ସୋସିଆଲ ମିଡିଆରେ ଏକ ଶୁଭେଚ୍ଛା ବାର୍ତା ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଜଗତଜନନୀ ମା’ ଦୁର୍ଗାଙ୍କ ଅପାର କରୁଣାରୁ ସମସ୍ତଙ୍କ ଜୀବନ ସୁଖ ଓ ସମୃଦ୍ଧିରେ ପରିପୂର୍ଣ୍ଣ ହେଉ। ମା’ଙ୍କ ଆଶୀର୍ବାଦ ସମସ୍ତଙ୍କ ଜୀବନରେ ଶାନ୍ତି, ଆନନ୍ଦ ଓ ମଙ୍ଗଳ ଆଣିଦେଉ ବୋଲି ତାଙ୍କ ବାର୍ତାରେ କାମନା କରିଛନ୍ତି।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା