
ଭୁବନେଶ୍ୱର,୧୭ ଅକ୍ଟୋବର (ହି.ସ.)- ନବ ନିଯୁକ୍ତ ରାଜ୍ୟପାଳ ବ୍ରଜ ମୋହନ ରାମ ଆଜି (ଶନିବାର)ଓଡିଶା ଆସିବେ । ଆଜି ଭୁବନେଶ୍ୱର ବିମାନବନ୍ଦରରେ ପହଂଚିବା ପରେ ନୂଆ ରାଜ୍ୟପାଳଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱାଗତ କରିବେ। ଏହାସହ ବରିଷ୍ଠ ପ୍ରଶାସନିକ ଅଧିକାରୀ ମଧ୍ୟ ବିମାନବନ୍ଦରରେ ଉପସ୍ଥିତ ରହିବେ। ନୂଆ ରାଜ୍ୟପାଳ ଓଡ଼ିଶାରେ ପହଂଚିବା ପରେ ଆଜି ପ୍ରଥମେ ପୁରୀ ଶ୍ରୀମନ୍ଦିର ଯାଇ ଶ୍ରୀଜୀଉଙ୍କୁ ଦର୍ଶନ କରିବେ। ନୂଆ ରାଜ୍ୟପାଳଙ୍କ ଆଗମନକୁ ନେଇ ପ୍ରସ୍ତୁତି ଶେଷ ହୋଇଥିବା ବେଳେ ଆସନ୍ତାକାଲି ରାଜଭବନରେ ଶପଥ ଗ୍ରହଣ କରିବେ ବ୍ରଜ ମୋହନ ରାମ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା