
ଭୁବନେଶ୍ୱର,୧୭ ଅକ୍ଟୋବର (ହି.ସ.)- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏସୀୟ କ୍ରୀଡ଼ା ୨୦୨୬ରେ ଐତିହାସିକ ସ୍ୱର୍ଣ୍ଣ ପଦକ ହାସଲ ସହ ୨୦୨୮ ଲସ୍ ଏଞ୍ଜେଲସ୍ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ଅର୍ଜନ କରିଥିବା ଭାରତୀୟ ପୁରୁଷ ଓ ମହିଳା ହକି ଦଳର ଓଡ଼ିଆ ତାରକା ଅମିତ ରୋହିଦାସ, ଶିଳାନନ୍ଦ ଲାକ୍ରା ଓ ସୁନେଲିତା ଟପ୍ପୋଙ୍କୁ ସମ୍ବର୍ଦ୍ଧନା ଜଣାଇଛନ୍ତି।
ସେମାନଙ୍କର ଏହି ଗୌରବମୟ ସଫଳତା ସମଗ୍ର ରାଜ୍ୟ ତଥା ଦେଶ ପାଇଁ ଅତ୍ୟନ୍ତ ଗର୍ବର ବିଷୟ। ଓଡ଼ିଶାର ଏହି କୃତି ଖେଳାଳିମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ ତଥା ଆଗାମୀ ଅଲିମ୍ପିକ୍ସରେ ବିଜୟ ଅଭିଯାନ ପାଇଁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା