ପୂର୍ବଛାତ୍ର ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ
ଜୟପୁର, 17 ଅକ୍ଟୋବର (ହି.ସ.) ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର, ଶାରଦା ବିହାର, ଜୟପୁରଠାରେ ପ୍ରଧାନାଚାର୍ଯ୍ୟ ଶ୍ରୀଯୁକ୍ତ ସତ୍ୟନାରାୟଣ ସେଠୀଙ୍କ ଅଧ୍ୟକ୍ଷତାରେ ପୂର୍ବଛାତ୍ର ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ରୂପେ ଯୋଗ ଦେଇଥିଲେ ପୂର୍ବତନ ପ୍ରଧାନ ଶିକ୍ଷକ ତଥା ବ
ପୂର୍ବଛାତ୍ର ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ


ଜୟପୁର, 17 ଅକ୍ଟୋବର (ହି.ସ.) ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର, ଶାରଦା ବିହାର, ଜୟପୁରଠାରେ ପ୍ରଧାନାଚାର୍ଯ୍ୟ ଶ୍ରୀଯୁକ୍ତ ସତ୍ୟନାରାୟଣ ସେଠୀଙ୍କ ଅଧ୍ୟକ୍ଷତାରେ ପୂର୍ବଛାତ୍ର ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ରୂପେ ଯୋଗ ଦେଇଥିଲେ ପୂର୍ବତନ ପ୍ରଧାନ ଶିକ୍ଷକ ତଥା ବିଶିଷ୍ଟ ଶିକ୍ଷାବିତ୍ ଶ୍ରୀଯୁକ୍ତ ସୁରେନ୍ଦ୍ର କୁମାର ପଟ୍ଟନାୟକ ଏବଂ ଅନ୍ୟ ଅତିଥିମାନଙ୍କ ମଧ୍ୟରେ ବିଶିଷ୍ଟ ସମାଜସେବୀ ଶ୍ରୀ କୃଷ୍ଣ କେଶବ ଷଡ଼ଙ୍ଗୀ, ବିଦ୍ୟାଳୟର ପରିଚାଳନା ସମିତିର ସଭାପତି ଶ୍ରୀଯୁକ୍ତ କିଶୋର ଚନ୍ଦ୍ର ପଣ୍ଡା, ପୂର୍ବଛାତ୍ର ସଂସଦର ସଂପାଦକ ଶ୍ରୀଯୁକ୍ତ କେ. ସୁନୀଲ୍ କୁମାର ରାଓ ଉପସ୍ଥିତ ଥିଲେ । ଶିଶୁ ଭଉଣୀମାନଙ୍କ ଦ୍ୱାରା ସ୍ୱାଗତ ସଂଗୀତ ଗାନ ପୂର୍ବକ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଥିଲା । ଶ୍ରୀଯୁକ୍ତ ପଟ୍ଟନାୟକ ମାଆ ସରସ୍ୱତୀଙ୍କ ନିକଟରେ ଦୀପ ପ୍ରଜ୍ଜ୍ୱଳନ କରି ସମସ୍ତଙ୍କ ଶୁଭ କାମନା କରିବା ସହିତ ନିଜର ବୌଦ୍ଧିକରେ ବିକଶିତ ଭାରତ ଗଠନରେ ଯୁବ ପିଢୀର ଭୂମିକା ଏବଂ ପୂର୍ବତନ ଛାତ୍ରଛାତ୍ରୀଙ୍କର ନିଜର ବିଦ୍ୟାଳୟ ପ୍ରତି ସଦଭାବନା ରହିବାର ଆବଶ୍ୟକତା ବିଷୟରେ ଉପସ୍ଥିତ ଛାତ୍ରଛାତ୍ରୀମାନଙ୍କୁ କହିଥିଲେ । ଏହି କାର୍ଯ୍ୟକ୍ରମର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ବିଷୟରେ ପ୍ରଧାନାଚାର୍ଯ୍ୟ ପୂର୍ବତନ ଛାତ୍ରଛାତ୍ରୀଙ୍କ ନିକଟରେ ଉପସ୍ଥାପନା କରିଥିଲେ । କାର୍ଯ୍ୟକ୍ରମରେ 47 ଜଣ ପୂର୍ବତନ ଛାତ୍ରଛାତ୍ରୀ ଉପସ୍ଥିତ ରହିବା ସହିତ ବିଦ୍ୟାଳୟରେ ଅଧ୍ୟୟନ କରୁଥିବା ସମୟର ଏବଂ ବର୍ତ୍ତମାନ ସମୟର ଅନୁଭୂତି ବିଷୟରେ ନିଜର ମତାମତ ଉପସ୍ଥାପନ କରିଥିଲେ । କାର୍ଯ୍ୟକ୍ରମର ପରିଚାଳନା କରିଥିଲେ ବିଦ୍ୟାଳୟର ବରିଷ୍ଠ ଆଚାର୍ଯ୍ୟ ଶ୍ରୀଯୁକ୍ତ ଅନନ୍ତ ନାରାୟଣ ମହାପାତ୍ର ଏବଂ କାର୍ଯ୍ୟକ୍ରମକୁ ସଫଳ ମଣ୍ଡିତ କରିବା ପାଇଁ ସମସ୍ତ ଗୁରୁଜୀ ଗୁରୁମା ଏବଂ ଅନ୍ୟାନ୍ୟ ସେବାବ୍ରତୀ ସଂପୂର୍ଣ୍ଣ ସହଯୋଗ କରିଥିଲେ ।

---------------

ହିନ୍ଦୁସ୍ଥାନ ସମାଚାର / ପିକେପି


 rajesh pande