
ନୂଆଦିଲ୍ଲୀ/ ଭୁବନେଶ୍ୱର,୧୭ ଅକ୍ଟୋବର (ହି.ସ.)- ଓଡ଼ିଶାରେ ଅନୁଷ୍ଠିତ ଛାତ୍ରସଂସଦ ନିର୍ବାଚନରେ ଏବିଭିପିର ବିପୁଳ ବିଜୟ ପାଇଁ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ୍ ଶାହା ସମସ୍ତ କର୍ମକର୍ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି।
ସୋସିଆଲ ମିଡିଆ ସାଇଟ୍ ଏକ୍ସରେ ପୋଷ୍ଟ କରି ଅମିତ୍ ଶାହା ଲେଖିଛନ୍ତି ଓଡ଼ିଶାର ଛାତ୍ରସଂସଦ ନିର୍ବାଚନରେ ବିପୁଳ ବିଜୟ ହାସଲ କରିଥିବା ଏବିଭିପିର ସମସ୍ତ କାର୍ଯ୍ୟକର୍ତାଙ୍କୁ ହାର୍ଦ୍ଦିକ ଅଭିନନ୍ଦନ।
ପ୍ରଥମେ ପଞ୍ଜାବ ବିଶ୍ୱବିଦ୍ୟାଳୟ, ପରେ ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଏବଂ ଏବେ ଓଡ଼ିଶାର ୧୩ଟି ବିଶ୍ୱବିଦ୍ୟାଳୟରେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦର ଏହି ବିଜୟ ସ୍ପଷ୍ଟ ବାର୍ତା ଦେଉଛି ଯେ, ଦେଶର ଯୁବଶକ୍ତି ମିଥ୍ୟା, ଭ୍ରମ ଓ ବିଶୃଙ୍ଖଳା ସୃଷ୍ଟି କରୁଥିବା ଶକ୍ତିମାନଙ୍କ ସହ ନୁହେଁ, ବରଂ ‘ରାଷ୍ଟ୍ର ପ୍ରଥମ’ ବିଚାରଧାରା ସହ ଦୃଢ଼ତାର ସହ ଛିଡା ହୋଇଛନ୍ତି। ଏହି ଫଳାଫଳ ଦେଶବିରୋଧୀ ଶକ୍ତିମାନଙ୍କ ପାଇଁ ଏକ କଡ଼ା ଜବାବ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା