ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୧୮ ଅକ୍ଟୋବର (ହି.ସ.)- ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର । ଏସବୁ ସ୍ଥାନରେ
ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୧୮ ଅକ୍ଟୋବର (ହି.ସ.)- ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର । ଏସବୁ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।

ଅନୁରୂପ ଭାବେ ପରବର୍ତୀ ୬ ଦିନ ଅର୍ଥାତ୍ ୧୯ ତାରିଖ ସକାଳ ଠାରୁ ୨୫ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲାଗୁଡିକୁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande