
ଭୁବନେଶ୍ୱର, 18 ଅକ୍ଟୋବର (ହି.ସ.)- କୋଲକାତା
ଦୁର୍ଗାପୂଜା ମଣ୍ଡପରେ ଘଟିଥିବା ଦୁର୍ଘଟଣାରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ଦୁଃଖ ପ୍ରକାଶ
କରିଛନ୍ତି ।
ଏନେଇ ଏକ୍ସ ହ୍ୟାଣ୍ଡେଲରେ
ଏକ ବାର୍ତ୍ତା ଜାରି କରି ପ୍ରଭାତି ପରିଡା କହିଛନ୍ତି ଯେ, କୋଲକାତାର ଚୋରବାଗାନ ସାର୍ବଜନୀନ
ଦୁର୍ଗାପୂଜା ମଣ୍ଡପରେ ଘଟିଥିବା ଦୁଃଖଦ ଘଟଣା ବିଷୟରେ ଖବର ପାଇ ମୁଁ ଗଭୀର ମର୍ମାହତ । ଏହି
ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାରବର୍ଗଙ୍କ ପ୍ରତି ମୋର ଗଭୀର ସମବେଦନା ଜଣାଉଛି
ଏବଂ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରୁଛି । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା
କରୁଛି,
ଏହି କଠିନ ସମୟରେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଏହି ଅପୂରଣୀୟ
କ୍ଷତି ସହିବା ପାଇଁ ଧୈର୍ଯ୍ୟ ଓ ସାହସ ପ୍ରଦାନ କରନ୍ତୁ ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା