
ଭୁବନେଶ୍ୱର , ୧୯ ଅକ୍ଟୋବର (ହି.ସ.) - ଓଡ଼ିଶାର ବରିଷ୍ଠ ସାମ୍ବାଦିକ ବିଭୂତି ପତିଙ୍କ ଅକାଳ ବିୟୋଗରେ ସାଂସଦ ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଏକ ଶୋକ ବାର୍ତାରେ ସେ କହିଛନ୍ତି ଯେ ବରିଷ୍ଠ ସାମ୍ବାଦିକ ବିଭୂତି ପତିଙ୍କ ଅକାଳ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ସାମ୍ବାଦିକତା କ୍ଷେତ୍ରରେ ତାଙ୍କର ଅବଦାନ ଚିର ସ୍ମରଣୀୟ ହୋଇରହିବ । ଅମର ଆତ୍ମାର ସଦ୍ ଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି । ଓଁ ଶାନ୍ତି
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା