ପଦ୍ମପୁର ଉପଖଣ୍ଡ ଚିକିତ୍ସାଳୟରେ ନବଜାତ ଶିଶୁ ଓ ପ୍ରସୂତି ମା’ଙ୍କୁ ସମ୍ବର୍ଦ୍ଧିତ କଲେ ସ୍ୱାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର, ୧୯ ଅକ୍ଟୋବର (ହି.ସ.)। ରାଜ୍ୟର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ପଦ୍ମପୁର ଉପଖଣ୍ଡ ଚିକିତ୍ସାଳୟରେ ନବଜାତ ଶିଶୁ ଓ ପ୍ରସୂତି ମା’ମାନଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଛନ୍ତି। ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ଆଜି ରାଜ ବୋଡ଼ାସମ୍ବର ଉଚ୍ଚ ବିଦ୍ୟାଳୟ, ପଦ୍ମପୁ
ପଦ୍ମପୁର ଉପଖଣ୍ଡ ଚିକିତ୍ସାଳୟରେ ନବଜାତ ଶିଶୁ ଓ ପ୍ରସୂତି ମା’ଙ୍କୁ ସମ୍ବର୍ଦ୍ଧିତ କଲେ ସ୍ୱାସ୍ଥ୍ୟମନ୍ତ୍ରୀ


ଭୁବନେଶ୍ୱର, ୧୯ ଅକ୍ଟୋବର (ହି.ସ.)। ରାଜ୍ୟର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ପଦ୍ମପୁର ଉପଖଣ୍ଡ ଚିକିତ୍ସାଳୟରେ ନବଜାତ ଶିଶୁ ଓ ପ୍ରସୂତି ମା’ମାନଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଛନ୍ତି।

ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ଆଜି ରାଜ ବୋଡ଼ାସମ୍ବର ଉଚ୍ଚ ବିଦ୍ୟାଳୟ, ପଦ୍ମପୁରର ୧୯୮୮ ବ୍ୟାଚ୍ର ପୂର୍ବତନ ଛାତ୍ରଛାତ୍ରୀଙ୍କ ଦ୍ୱାରା ଗଠିତ ସଂଗଠନ ‘ପ୍ରୟାସ, ପଦ୍ମପୁର’ ପକ୍ଷରୁ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏଥିରେ ମନ୍ତ୍ରୀ ଯୋଗଦେଇ ନବଜାତ ଶିଶୁ ଓ ସେମାନଙ୍କ ମା’ମାନଙ୍କୁ ସ୍ୱାଗତ ଜଣାଇଥିଲେ।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande