ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ : ଆଗାମୀ ୨୪ ଘଂଟା ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୧୯ ଅକ୍ଟୋବର (ହି.ସ.)- ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି ହୋଇଛି । ପରବର୍ତୀ ୫ ଦିନ ପାଇଁ କୌଣସି ଚେତାବନୀ ନାହିଁ । ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜ
ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ୨୦ ତାରିଖ ସକାଳ ଠାରୁ ୨୧ ତାରିଖ ସକାଳ ସୁଦ୍ଧା ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୧୯ ଅକ୍ଟୋବର (ହି.ସ.)- ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି ହୋଇଛି । ପରବର୍ତୀ ୫ ଦିନ ପାଇଁ କୌଣସି ଚେତାବନୀ ନାହିଁ ।

ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି । ଏସବୁ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।

ସେହିପରି ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ୨୦ ତାରିଖ ସକାଳ ଠାରୁ ୨୧ ତାରିଖ ସକାଳ ସୁଦ୍ଧା ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ଗଞ୍ଜାମ, ଗଜପତି, ରାୟଗଡ଼ା । ଏସବୁ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ । ଅନୁରୂପ ଭାବେ ପରବର୍ତୀ ୫ ଦିନ ଅର୍ଥାତ୍ ୨୧ ତାରିଖ ସକାଳ ଠାରୁ ୨୬ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲାଗୁଡିକୁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୋମବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande