ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା : ସୁନ୍ଦରଗଡ଼ ଜିଲ୍ଲାର ବଣାଇଗଡ଼ରେ ସର୍ବାଧିକ ୧୭.୨ ମି.ମି. ବର୍ଷା ରେକର୍ଡ଼
ଭୁବନେଶ୍ୱର, ୧୯ ଅକ୍ଟୋବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ସୁନ୍ଦରଗଡ଼ ଜିଲ୍ଲାର ବଣାଇଗଡ଼ରେ ସର୍ବାଧିକ ୧୭.୨ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି ପୁରୀ ଜିଲ୍ଲାର ପୁରୀରେ ୧୪.୦ ମି.ମି., ଗଞ୍ଜାମ ଜିଲ୍ଲାର ସାନଖେମୁଣ୍ଡିରେ ୭
ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା : ସୁନ୍ଦରଗଡ଼ ଜିଲ୍ଲାର ବଣାଇଗଡ଼ରେ ସର୍ବାଧିକ ୧୭.୨ ମି.ମି. ବର୍ଷା ରେକର୍ଡ଼


ଭୁବନେଶ୍ୱର, ୧୯ ଅକ୍ଟୋବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ସୁନ୍ଦରଗଡ଼ ଜିଲ୍ଲାର ବଣାଇଗଡ଼ରେ ସର୍ବାଧିକ ୧୭.୨ ମି.ମି. ବର୍ଷା ରେକର୍ଡ଼ ହୋଇଛି ।

ସେହିପରି ପୁରୀ ଜିଲ୍ଲାର ପୁରୀରେ ୧୪.୦ ମି.ମି., ଗଞ୍ଜାମ ଜିଲ୍ଲାର ସାନଖେମୁଣ୍ଡିରେ ୭.୦ ମି.ମି., କେନ୍ଦୁଝର ଜିଲ୍ଲାର ସ୍ୱାମପାଟଣାରେ ୬.୮ ମି.ମି., ଗଞ୍ଜାମ ଜିଲ୍ଲାର ଆସିକାରେ ୬.୬ ମି.ମି., ପୁରୀ ଜିଲ୍ଲାର ବ୍ରହ୍ମଗିରିରେ ୫.୦ ମି.ମି., ଢ଼େଙ୍କାନାଳ ଜିଲ୍ଲାର ଢ଼େଙ୍କାନାଳରେ ୩.୦ ମି.ମି., ଗଜପତି ଜିଲ୍ଲାର ନୂଆଗଡ଼ରେ ୨.୪ ମି.ମି., ଅନୁଗୁଳ ଜିଲ୍ଲାର ରେଙ୍ଗାଲିରେ ୧.୨ ମି.ମି. ଏବଂ ଜଗତସିଂହପୁର ଜିଲ୍ଲାର ପାରାଦୀପରେ ୦.୫ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୋମବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande