ବଲାଙ୍ଗୀର ସଦରମହକୁମା ଠାରେ ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ
ବଲାଙ୍ଗିର, 02 ଅକ୍ଟୋବର (ହି.ସ.) ବଲାଙ୍ଗୀର ସଦରମହକୁମା ଠାରେ ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳନ ହୋଇଥିଲା । କାର୍ଯ୍ୟକ୍ରମ ପ୍ରାରମ୍ଭରେ, ଗାନ୍ଧୀ ଭବନ ସମ୍ମୁଖସ୍ଥ ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା । ଜିଲ୍ଲାପରିଷଦ ଅଧ୍ୟକ୍ଷା ଦେବକୀ ସାହୁ, ପୌର
ବଲାଙ୍ଗୀର ସଦରମହକୁମା ଠାରେ ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ


ବଲାଙ୍ଗୀର ସଦରମହକୁମା ଠାରେ ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ


ବଲାଙ୍ଗିର, 02 ଅକ୍ଟୋବର (ହି.ସ.) ବଲାଙ୍ଗୀର ସଦରମହକୁମା ଠାରେ ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳନ ହୋଇଥିଲା । କାର୍ଯ୍ୟକ୍ରମ ପ୍ରାରମ୍ଭରେ, ଗାନ୍ଧୀ ଭବନ ସମ୍ମୁଖସ୍ଥ ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା । ଜିଲ୍ଲାପରିଷଦ ଅଧ୍ୟକ୍ଷା ଦେବକୀ ସାହୁ, ପୌରପରିଷଦର ଅଧ୍ୟକ୍ଷା ଲିକା ସାହୁ, ଅତିରିକ୍ତ ଜିଲ୍ଲାପାଳ ପବିତ୍ର ବେହେରା, ଜିଲ୍ଲାପରିଷଦ ନିର୍ବାହୀ ଅଧିକାରୀ ତଥା ମୁଖ୍ୟ ଉନ୍ନୟନ ଅଧିକାରୀ ତରଣୀ ସୁନା, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ରାଜେନ୍ଦ୍ର କୁମାର ମାଝୀ ପ୍ରମୁଖ ଉପସ୍ଥିତ ଥିଲେ ।

ଏହାପରେ ସଦରମହକୁମା ସ୍ଥିତ ଗାନ୍ଧୀନଗରପଡା ଠାରେ ଅବସ୍ଥାପିତ ମହାତ୍ମାଗାନ୍ଧୀ ପ୍ରତିମୂର୍ତ୍ତି ନିକଟରେ ଏକ ସଭାର ଆୟୋଜନ ହୋଇଥିଲା । ଅତିରିକ୍ତ ଜିଲ୍ଲାପାଳ ପବିତ୍ର ବେହେରାଙ୍କ ସଭାପତିତ୍ଵରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲ୍ଲାପରିଷଦ ଅଧ୍ୟକ୍ଷା ଦେବକୀ ସାହୁ, ସମ୍ମାନିତ ଅତିଥି ଭାବେ ପୌରପରିଷଦ ଅଧ୍ୟକ୍ଷା ଲିକା ସାହୁ ଓ ପୌର ନିର୍ବାହୀ ଅଧିକାରୀ ସନ୍ତୋଷ ବେହେରା ଉପସ୍ଥିତ ଥିଲେ । ସମ୍ମାନୀୟ ଅତିଥି ପ୍ରତିମୂର୍ତ୍ତି ନିକଟରେ ପ୍ରଦୀପ ପ୍ରଜ୍ଵଳନ ଓ ପୁଷ୍ପ ମାଲ୍ୟାର୍ପଣ ଅର୍ପଣ କରିଥିଲେ ଏବଂ ସର୍ବଧର୍ମ ପ୍ରାର୍ଥନାରେ ଶ୍ରୀ ସତ୍ୟବନ୍ତ ବେଦବାକ, ଇମ୍ମାମ ସାହେବ ମହମ୍ମଦ ମୁସାହିତ ରାଜା, ନିମୁଏଲ ନାଗ, ଯଶବୀର ସିଂ ପ୍ରମୁଖ ସର୍ବଧର୍ମ ପାଠ କରିଥିଲେ । ଉପସ୍ଥିତ ସମ୍ମାନିତ ଅତିଥି ଅଭିଭାଷଣରେ କହିଥିଲେ, ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ କେବଳ ଉତ୍ସବରେ ସୀମିତ ନରଖି, ଦୈନନ୍ଦିନ ଜୀବନରେ ତାଙ୍କର ମୂଲ୍ୟବୋଧକୁ ପ୍ରୟୋଗ କରି ସୁସମାଜ ଗଠନ କରିବା । ତାଙ୍କର ନୀତି ଶିକ୍ଷା ବିଶ୍ୱବ୍ୟାପୀ ଲୋକମାନଙ୍କୁ ପ୍ରେରଣା ଦେଇ ଚାଲିଛି, ସେଇ ନୀତି ଶିକ୍ଷାରେ ଛାତ୍ରଛାତ୍ରୀଙ୍କୁ ଅନୁପ୍ରାଣିତ ହୋଇ ଭଲ ମଣିଷ ହେବାକୁ ଅତିଥିବୃନ୍ଦ ପରାମର୍ଶ ଦେଇଛନ୍ତି ।

ଏହି କାର୍ଯ୍ୟକ୍ରମରେ କିସ୍ ଆବାସିକ ବିଦ୍ୟାଳୟର ଛାତ୍ରୀମାନେ ବାପୁଜୀଙ୍କ ପ୍ରିୟ ଭଜନ ପରିବେଷଣ କରିଥିଲେ। ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ଉଚ୍ଚ ପ୍ରାଥମିକ ଓ ଉଚ୍ଚ ବିଦ୍ୟାଳୟସ୍ତରରେ ଆୟୋଜିତ ହୋଇଥିବା ବକ୍ତୃତା ପ୍ରତିଯୋଗିତାର କୃତି ଛାତ୍ରଛାତ୍ରୀଙ୍କୁ ଅତିଥିବୃନ୍ଦ ପୁରସ୍କାର ପ୍ରଦାନ କରିଥିଲେ। ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସୁଶ୍ରୀ ଲକ୍ଷ୍ମୀ ସାକିଆ ଏହି କାର୍ଯ୍ୟକ୍ରମର ସଂଯୋଜନା ତଥା ପରିଚାଳନା କରିଥିଲେ । ପୌର ନିର୍ବାହୀ ଅଧିକାରୀ ଶ୍ରୀ ସନ୍ତୋଷ କୁମାର ବେହେରା ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମରେ ବରିଷ୍ଠ ନାଗରିକ ଜୟରାମ ମିଶ୍ର, ଡାଃ. ପ୍ରେମଚାନ୍ଦ ମହାନ୍ତି, ସନ୍ଦୀପ କୁମାର କୁଅଁର, କ୍ରୀଡ଼ାବାସ ଅଧିକ୍ଷକ ପରାଶର ବାଗ, କିସ୍ର ପ୍ରଧାନଶିକ୍ଷକ ଆକାଶ କୁମାର ମିଶ୍ର, ସମାଜସେବୀ, ଗଣମାଧ୍ୟମ ପ୍ରତିନିଧି, ଶିକ୍ଷକ-ଶିକ୍ଷୟିତ୍ରୀ, ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ। ପୌରପରିଷଦର କର୍ମଚାରୀ ଓ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗର ବରିଷ୍ଠ ରାଜସ୍ୱ ସହାୟକ ବିମ୍ବାଧର ସୁନା, କର୍ମଚାରୀ ଦେବେନ୍ଦ୍ର ବାଗ, କ୍ରୀଡ଼ାବାସର କର୍ମଚାରୀ ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ।

---------------

ହିନ୍ଦୁସ୍ଥାନ ସମାଚାର / ଗୋପବନ୍ଧୁ


 rajesh pande