
ଭୁବନ, ୨ ଅକ୍ଟୋବର (ହି.ସ.)- ଢେ଼ଙ୍କାନାଳ ଜିଲ୍ଲା କଙ୍କଡ଼ାହାଡ଼ ବ୍ଳକ୍ ଚଡେଇରଗଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜାତିର ଜନକ ମହାତ୍ମା ଗାନ୍ଧୀ ଓ ଶାନ୍ତିର କପୋତ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀ ପାଳିତ ହୋଇଯାଇଛି। ବିଦ୍ୟାଳୟ ସଭାପତି ମାୟାଧର ଦେହୁରୀଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମକୁ ପ୍ରଧାନ ଶିକ୍ଷକ ପ୍ରେମାନନ୍ଦ ପାଣିଗ୍ରାହୀ ପରିଚାଳନା କରିଥିଲେ। ମୁଖ୍ୟ ଅତିଥି ଭାବେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ପ୍ରତାପ ଚନ୍ଦ୍ର ମହାନ୍ତ, ସମ୍ମାନୀତ ଅତିଥି ଭାବେ ଟାଟାଷ୍ଟିଲ ଫାଉଣ୍ଡେସନର ସି .ଏଫ୍ ରଶ୍ମିତା ସାହୁ,ଶିବ ପ୍ରସାଦ ବେହେରା, ଉପେନ୍ଦ୍ର ଦାସ,ଉପସଭାପତି ଭାରତୀ ଦେହୁରୀ, ପୂର୍ବତନ ସଭାପତି ସାଲମୋହନ କାଣ୍ଡୁଲୁନା ପ୍ରମୁଖ ଯୋଗଦେଇଥିଲେ। ଏହି ଅବସରରେ ବିଦ୍ୟାଳୟର ସହକାରୀ ଶିକ୍ଷକ ଅଶୋକ କୁମାର ପଣ୍ଡାଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା। ବିଦ୍ୟାଳୟରେ ଅନୁଷ୍ଠିତ ହୋଇଥିବା 'ବିକଶିତ ଭାରତ-୨୦୪୭'ର ପ୍ରବନ୍ଧ ଓ ଚିତ୍ରାଙ୍କନ ପ୍ରତିଯୋଗିତାର କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା।
ବିଦ୍ୟାଳୟର ଶିଶୁ ସେବିକା ଜ୍ୟୋସ୍ନାମୟୀ ଦେହୁରୀ, ଟାଟାଷ୍ଟିଲ ଫାଉଣ୍ଡେସନର ଶିକ୍ଷାକର୍ମୀ କୁନ୍ତଳା ଦେହୁରୀ,ଚନ୍ଦନୀ ଦେହୁରୀ, କବିତା ସିଂ, ପଙ୍କଜିନୀ ମହାନ୍ତ, ଉମାରାଣୀ ମହାନ୍ତ ପ୍ରମୁଖ ସହଯୋଗ କରିଥିଲେ।
ହିନ୍ଦୁସ୍ଥାନ ସମାଚାର / ସୁଶାନ୍ତ