ଭଦ୍ରକରେ ଜିଲ୍ଲାସ୍ତରୀୟ ଗାନ୍ଧୀ ଜୟନ୍ତୀ ସମାରୋହ-୨୦୨୬ ପାଳିତ
ଭଦ୍ରକ, ୨ ଅକ୍ଟୋବର (ହି.ସ.) - ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୭ତମ ଜୟନ୍ତୀ ଅବସରରେ ଆଜି ଭଦ୍ରକ ଜିଲ୍ଲା ସଂସ୍କୃତି ଭବନ ଠାରେ ଜିଲ୍ଲାସ୍ତରୀୟ ଗାନ୍ଧୀ ଜୟନ୍ତୀ ସମାରୋହ-୨୦୨୬ ଶ୍ରଦ୍ଧା ଓ ଭକ୍ତିପୂର୍ଣ୍ଣ ପରିବେଶରେ ପାଳିତ ହୋଇଛି। ଏହି ସମାରୋହରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ରବି
ZILLASTARIYA GANDHI JAYANTI


ଭଦ୍ରକ, ୨ ଅକ୍ଟୋବର (ହି.ସ.) - ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୭ତମ ଜୟନ୍ତୀ ଅବସରରେ ଆଜି ଭଦ୍ରକ ଜିଲ୍ଲା ସଂସ୍କୃତି ଭବନ ଠାରେ ଜିଲ୍ଲାସ୍ତରୀୟ ଗାନ୍ଧୀ ଜୟନ୍ତୀ ସମାରୋହ-୨୦୨୬ ଶ୍ରଦ୍ଧା ଓ ଭକ୍ତିପୂର୍ଣ୍ଣ ପରିବେଶରେ ପାଳିତ ହୋଇଛି। ଏହି ସମାରୋହରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ରବି ନାରାୟଣ ସାହୁ, ମୁଖ୍ୟ ବକ୍ତା ଭାବେ ସମାଜସେବୀ ତଥା ସଭାପତି, ତ୍ୟାଗଭୂମି ଅଜୟ କୁମାର ନାୟକ, ସମ୍ମାନିତ ଅତିଥି ଭାବେ ଜିଲ୍ଲା ସଂସ୍କୃତି ଅଧିକାରୀ ତନୁଜା ସିର୍କା, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରଶ୍ମିରାଣୀ ନିମାକା ଓ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ମଧୁସ୍ମିତା ମହାପାତ୍ର ମଂଚାସୀନ ଥିଲେ। ଆଜି ସକାଳେ ଭଦ୍ରକ ସହରସ୍ଥିତ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତିରେ ପୁଷ୍ପମାଲ୍ୟାର୍ପଣ କରାଯାଇ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଥିଲା। ସର୍ବଧର୍ମ ପ୍ରାର୍ଥନା ସଭାରେ ଗୀତା ପାଠ ବିଜୟ କୁମାର ବହଳି, କୋରାନ ପାଠ ମହମ୍ମଦ ଏକ୍ରାମ ଖାଁ ଓ ଗୁରୁ ଗ୍ରନ୍ଥ ସାହେବ ପାଠ ଜଗଜିତ୍ ସିଂ କରିଥିଲେ। ଗାନ୍ଧୀ ବାଳାଶ୍ରମର ଛାତ୍ରଛାତ୍ରୀମାନେ ପ୍ରାରମ୍ଭିକ ସଙ୍ଗୀତ ପରିବେଷଣ କରିଥିଲେ। ଏହି ଅବସରରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯାଇଥିଲା। ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ମଧୁସ୍ମିତା ମହାପାତ୍ର ସ୍ୱାଗତ ଭାଷଣ ପ୍ରଦାନ ସହ ମଂଚ ପରିଚାଳନା କରିଥିଲେ। ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରଶ୍ମିରାଣୀ ନିମାକା ଧନ୍ୟବାଦ ଅର୍ପଣ କରିଥିଲେ। ବିଭାଗର କର୍ମଚାରୀ ମୀନାକ୍ଷୀ ଗରାବଡୁ ଓ ପ୍ରଫୁଲ୍ଲ ଦାସ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ଏହି ଅବସରରେ ଅତିଥିବୃନ୍ଦ ଗାନ୍ଧୀଜୀଙ୍କ ଜୀବନାଦର୍ଶ, ସ୍ୱାଧୀନତା ସଂଗ୍ରାମରେ ତାଙ୍କ ଅବଦାନ ଏବଂ ସମାଜ ପାଇଁ ତାଙ୍କ ଚିରନ୍ତନ ବାର୍ତା ସମ୍ପର୍କରେ ଅଭିଭାଷଣ ପ୍ରଦାନ କରିଥିଲେ।

ହିନ୍ଦୁସ୍ଥାନ ସମାଚାର / ପ୍ରମୋଦ କୁମାର ରାୟ


 rajesh pande