
ଭୁବନେଶ୍ୱର, ୨୦ ଅକ୍ଟୋବର (ହି.ସ.)- ଆଗାମୀ ୨୪ ଘଂଟା ମଧ୍ୟରେ ରାଜ୍ୟର ୫ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି । ସେହି ଜିଲ୍ଲା ଗୁଡିକ ହେଲା ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି ।
ସେହିପରି ୨୧ ତାରିଖ ସକାଳ ଠାରୁ ଆସନ୍ତା ୨୬ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲା ଗୁଡିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ୨୬ ତାରିଖ ସକାଳ ଠାରୁ ୨୭ ତାରିଖ ସକାଳ ସୁଦ୍ଧା କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ