
କେନ୍ଦ୍ରାପଡ଼ା, ୨୧ ଅକ୍ଟୋବର(ହି.ସ.) – କେନ୍ଦ୍ରାପଡା ବିଧାୟକ ଗଣେଶ୍ୱର ବେହେରା ତାଙ୍କ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତରେ ହୋଇଥିବା ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କରି ଆଶୀର୍ବାଦ ଭିକ୍ଷା କରିଥିଲେ। ବିଧାୟକ ଶ୍ରୀ ବେହେରା ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ ସମୟରେ ମଣ୍ଡପ କମିଟି ପକ୍ଷରୁ ତାଙ୍କୁ ଉତରୀୟ, ପୁଷ୍ପଗୁଚ୍ଛ ପ୍ରଦାନ କରି ସମ୍ବର୍ଦ୍ଧିତ କରାଯାଇଥିଲା। ଶ୍ରୀ ବେହେରା ଦୁର୍ଗା ମଣ୍ଡପ ପରିଦର୍ଶନ କରି ମାଙ୍କର ଆଶୀର୍ବାଦ ଭିକ୍ଷା କରିଛନ୍ତି। ତାଙ୍କର ଏହି ପରିଦର୍ଶନ ସମୟରେ ବିଭିନ୍ନ ଅଂଚଳର ନେତା ଓ ଭକ୍ତ ଉପସ୍ଥିତ ଥିଲେ।
.......................................
ହିନ୍ଦୁସ୍ଥାନ ସମାଚାର / ବୀଣାପାଣି