
ଭୁବନେଶ୍ୱର, 21 ଅକ୍ଟୋବର (ହି.ସ.)ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ)ର ଆଞ୍ଚଳିକ ନିର୍ଦ୍ଦେଶକ ସିବି ମାଥ୍ୟୁଜ ମଙ୍ଗଳବାର ଭୁବନେଶ୍ୱରସ୍ଥିତ ଲୋକସେବା ଭବନଠାରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରିଛନ୍ତି।
ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ (ସିଏମଓ), ଓଡ଼ିଶା ପକ୍ଷରୁ ସାମାଜିକ ଗଣମାଧ୍ୟମରେ ଏହି ସୂଚନା ଦିଆଯାଇଛି। ତେବେ ଏହି ସାକ୍ଷାତ ସମୟରେ କେଉଁ ବିଷୟ ଉପରେ ଆଲୋଚନା ହୋଇଥିଲା, ସେ ସମ୍ପର୍କରେ ବିସ୍ତୃତ ସୂଚନା ପ୍ରଦାନ କରାଯାଇନାହିଁ।
---------------
ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ