
ଜୟପୁର, ୨୨ ଅକ୍ଟୋବର (ହି.ସ.)- ଦେଶି ମଦ ପ୍ରସ୍ତୁତ ସହ ଲୁଚାଇ ରଖିଥିବା ସୂଚନା ପାଇ ଜୟପୁର ଅବକାରି ଥାନା ଆଜି ନିଳାଗୁଡା ଜଙ୍ଗଲରେ ଚଢଉ କରିଛି । ଚଢଉ ଖବର ପାଇ ମଦ ମାଫିଆ ମାନେ ଚମ୍ପଟ ମାରିଥିବା ବେଳେ ଅବକାରି ବିଭାଗ ବହୁ ମଦ ଭାଟି ଭାଙ୍ଗିବା ସହ ୩ ହଜାର ୫ ଶହ ଲିଟର ପୋଚ ଓ ୩୩୦ ଲିଟର ଦେଶି ମଦ ଜବତ କରି ନଷ୍ଟ କରିଛି । ମଦ ରନ୍ଧା ସରଞ୍ଜାମ ଡ୍ରମ, ମାଟି ହାଣ୍ଡି ଆଦିକୁ ଜବତ କରିଥିବା ବିଷୟ ଜୟପୁର ଅବକାରି ଥାନା ଓଆଇସି ସୁବ୍ରତ କେଶୋରି ହିରନ ସୂଚନା ଦେଇଛନ୍ତି ।
ହିନ୍ଦୁସ୍ଥାନ ସମାଚାର / ପିକେପି