ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ୨୬ ତାରିଖ ସକାଳ ଠାରୁ ୨୭ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ : ଭୀଷଣ ବର୍ଷା ସମ୍ଭାବନା ନେଇ ୨୭ ତାରିଖ ସକାଳ ଠାରୁ ୨୯ ତାରିଖ ସକାଳ ପର୍ଯ୍ୟନ୍ତ କେତେକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୨୨ ଅକ୍ଟୋବର (ହି.ସ.)- ଆଗାମୀ ୪ ଦିନ ଅର୍ଥାତ୍ ୨୨ ତାରିଖ ସକାଳ ଠାରୁ ୨୬ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲା ଗୁଡିକୁ କୌଣସି ଚେତାବନୀ ନାହିଁ । ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ୨୬ ତାରିଖ ସକାଳ ଠାରୁ ୨୭ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି
ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ୨୬ ତାରିଖ ସକାଳ ଠାରୁ ୨୭ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୨୨ ଅକ୍ଟୋବର (ହି.ସ.)- ଆଗାମୀ ୪ ଦିନ ଅର୍ଥାତ୍ ୨୨ ତାରିଖ ସକାଳ ଠାରୁ ୨୬ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲା ଗୁଡିକୁ କୌଣସି ଚେତାବନୀ ନାହିଁ । ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ୨୬ ତାରିଖ ସକାଳ ଠାରୁ ୨୭ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡା, ଜଗତସିଂହପୁର, ନୟାଗଡ଼, ଗଞ୍ଜାମ, ଗଜପତି । ଏସବୁ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।

ସେହିପରି ଭୀଷଣ ବର୍ଷା ସମ୍ଭାବନା ନେଇ ୨୭ ତାରିଖ ସକାଳ ଠାରୁ ୨୮ ତାରିଖ ସକାଳ ପର୍ଯ୍ୟନ୍ତ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ପୁରୀ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ । ଏସବୁ ସ୍ଥାନରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ ।

ଅନୁରୂପ ଭାବେ ଭୀଷଣ ବର୍ଷା ସମ୍ଭାବନା ନେଇ ୨୮ ତାରିଖ ସକାଳ ଠାରୁ ୨୯ ତାରିଖ ସକାଳ ପର୍ଯ୍ୟନ୍ତ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର, ମାଲକାନଗିରି । ଏସବୁ ସ୍ଥାନରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande