
ଭୁବନେଶ୍ୱର, ୨୩ ଅକ୍ଟୋବର (ହି.ସ.)- ଆଗାମୀ ୪ ଦିନ ମଧ୍ୟରେ ରାଜ୍ୟର ଜିଲ୍ଲା ଗୁଡିକରେ ସର୍ବାଧିକ ତାପମାତ୍ରା (ଦିନ ତାପମାତ୍ରା)ରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ । ଏହାପରେ ପରବର୍ତୀ ୩ ଦିନ ମଧ୍ୟରେ ୨ରୁ ୪ ଡ଼ିଗ୍ରୀ ହ୍ରାସ ପାଇପାରେ । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ