
ଭୁବନେଶ୍ୱର, ୨୩ ଅକ୍ଟୋବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ଗଜପତି ଜିଲ୍ଲାର ଗୁମ୍ମାରେ ସର୍ବାଧିକ ୨୪.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ସେହିପରି କୋରାପୁଟ ଜିଲ୍ଲାର ସିମିଳିଗୁଡ଼ାରେ ୬.୦ ମି.ମି., ନନ୍ଦପୁରରେ ୪.୦ ମି.ମି. ଏବଂ ଗଜପତି ଜିଲ୍ଲାର ନୂଆଗଡ଼ରେ ୨.୪ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ