ଅକ୍ଟୋବର ୨୬ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ
ଭୁବନେଶ୍ୱର,୨୪ ଅକ୍ଟୋବର (ହି.ସ)- ସମ୍ଭାବ୍ୟ ବାତ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଆସନ୍ତା ସୋମବାର ଅକ୍ଟୋବର ୨୬ ତାରିଖରେ ଭୁବନେଶ୍ୱର ୟୁନିଟ–୨, ଅଶୋକ ନଗର ସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ (କ୍ୟାପିଟାଲ ନର୍ସରୀ ନିକଟସ୍ଥ) ଠାରେ ହେବାକୁ ଥିବା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ସ୍ଥଗ
ଅକ୍ଟୋବର ୨୬ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ


ଭୁବନେଶ୍ୱର,୨୪ ଅକ୍ଟୋବର (ହି.ସ)- ସମ୍ଭାବ୍ୟ ବାତ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଆସନ୍ତା ସୋମବାର ଅକ୍ଟୋବର ୨୬ ତାରିଖରେ ଭୁବନେଶ୍ୱର ୟୁନିଟ–୨, ଅଶୋକ ନଗର ସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ (କ୍ୟାପିଟାଲ ନର୍ସରୀ ନିକଟସ୍ଥ) ଠାରେ ହେବାକୁ ଥିବା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ସ୍ଥଗିତ ରହିବ।

ଯେଉଁମାନେ ଏହି ଦିନ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ଅନଲାଇନ ଯୋଗେ ପଞ୍ଜୀକରଣ କରିଥିଲେ, ସେମାନେ ମୁଖ୍ୟମନ୍ତ୍ରୀଙ୍କ ପରବର୍ତୀ ଅଭିଯୋଗ ଶୁଣାଣି ପାଇଁ ପୁନଃ ପଞ୍ଜୀକରଣ କରିବାର ଆବଶ୍ୟକତା ନାହିଁ । ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande