
ଭୁବନେଶ୍ୱର, ୨୪ ଅକ୍ଟୋବର (ହି.ସ.)- ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟର ଜିଲ୍ଲା ଗୁଡିକରେ ସର୍ବନିମ୍ନ ତାପମାତ୍ରା (ରାତ୍ରୀ ତାପମାତ୍ରା)ରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ । ଏହାପରେ ପରବର୍ତୀ ୪ ଦିନ ମଧ୍ୟରେ ସର୍ବନିମ୍ନ ତାପମାତ୍ରା (ରାତ୍ରୀ ତାପମାତ୍ରା) ୨ରୁ ୩ ଡ଼ିଗ୍ରୀ ବୃଦ୍ଧି ପାଇପାରେ । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ