୨୭ ତାରିଖ ସକାଳ ଠାରୁ ୩୦ ତାରିଖ ସକାଳ ପର୍ଯ୍ୟନ୍ତ ଝଡ଼ ସହିତ ବଜ୍ରପାତ ଓ ପବନ ଏବଂ ଭୀଷଣ ବର୍ଷାର ସମ୍ଭାବନା ନେଇ କେତେକ ଜିଲ୍ଲାକୁ ଚେତାବନୀ
ଭୁବନେଶ୍ୱର, ୨୪ ଅକ୍ଟୋବର (ହି.ସ.)- ଆଗାମୀ ୩ ଦିନ ଅର୍ଥାତ୍ ୨୪ ତାରିଖ ସକାଳ ଠାରୁ ଆସନ୍ତା ୨୭ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲା ଗୁଡିକୁ କୌଣସି ଚେତାବନୀ ନାହିଁ । ୨୭ ତାରିଖ ସକାଳ ଠାରୁ ଆସନ୍ତା ୩୦ ତାରିଖ ସକାଳ ପର୍ଯ୍ୟନ୍ତ ଝଡ଼ ସହିତ ବଜ୍ରପାତ ଓ ପବନ ଏବଂ ଭୀଷଣ ବର୍ଷାର ସମ୍ଭାବନା ନେଇ କେତ
୨୯ ତାରିଖ ସକାଳ ଠାରୁ ୩୦ ତାରିଖ ସକାଳ ପର୍ଯ୍ୟନ୍ତ ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


୨୮ ତାରିଖ ସକାଳ ଠାରୁ ୨୯ ତାରିଖ ସକାଳ ପର୍ଯ୍ୟନ୍ତ ଝଡ଼ ସହିତ ବଜ୍ରପାତ, ପବନ ଓ ବର୍ଷାର ସମ୍ଭାବନା ନେଇ ୫ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ, ୧୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଝଡ଼ ସହିତ ବଜ୍ରପାତ, ପବନ ଓ ବର୍ଷାର ସମ୍ଭାବନା ନେଇ ୨୭ ତାରିଖ ସକାଳ ଠାରୁ ୨୮ ତାରିଖ ସକାଳ ପର୍ଯ୍ୟନ୍ତ ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୨୪ ଅକ୍ଟୋବର (ହି.ସ.)- ଆଗାମୀ ୩ ଦିନ ଅର୍ଥାତ୍ ୨୪ ତାରିଖ ସକାଳ ଠାରୁ ଆସନ୍ତା ୨୭ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲା ଗୁଡିକୁ କୌଣସି ଚେତାବନୀ ନାହିଁ । ୨୭ ତାରିଖ ସକାଳ ଠାରୁ ଆସନ୍ତା ୩୦ ତାରିଖ ସକାଳ ପର୍ଯ୍ୟନ୍ତ ଝଡ଼ ସହିତ ବଜ୍ରପାତ ଓ ପବନ ଏବଂ ଭୀଷଣ ବର୍ଷାର ସମ୍ଭାବନା ନେଇ କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ୩୦ ତାରିଖ ସକାଳ ଠାରୁ ୩୧ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲା ଗୁଡିକୁ କୌଣସି ଚେତାବନୀ ନାହିଁ ।

ଝଡ଼ ସହିତ ବଜ୍ରପାତ, ପବନ ଓ ବର୍ଷାର ସମ୍ଭାବନା ନେଇ ୨୭ ତାରିଖ ସକାଳ ଠାରୁ ୨୮ ତାରିଖ ସକାଳ ପର୍ଯ୍ୟନ୍ତ ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ଜଗତସିଂହପୁର, ପୁରୀ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି । ଏହା ବ୍ୟତୀତ ଝଡ଼ ସହିତ ବଜ୍ରପାତ, ପବନ ଓ ବର୍ଷାର ସମ୍ଭାବନା ନେଇ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର ।

ଅନୁରୂପ ଭାବେ ୨୮ ତାରିଖ ସକାଳ ଠାରୁ ୨୯ ତାରିଖ ସକାଳ ପର୍ଯ୍ୟନ୍ତ ଝଡ଼ ସହିତ ବଜ୍ରପାତ, ପବନ ଓ ବର୍ଷାର ସମ୍ଭାବନା ନେଇ ୫ ଜିଲ୍ଲା(ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି)କୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

୨୯ ତାରିଖ ସକାଳ ଠାରୁ ୩୦ ତାରିଖ ସକାଳ ପର୍ଯ୍ୟନ୍ତ ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୩୦ ତାରିଖ ସକାଳ ଠାରୁ ୩୧ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲା ଗୁଡିକୁ କୌଣସି ଚେତାବନୀ ନାହିଁ । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା, ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ୧୨ରୁ ୨୦ ସେ.ମି. ପର୍ଯ୍ୟନ୍ତ ବର୍ଷା ଏବଂ ରେଡ୍ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ୨୦ ସେ.ମି. ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ରେଡ୍ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୬୦ରୁ ୭୦ କି.ମି. ତଥା ଏହାର ଝଟ୍କା ୮୦ କି.ମି.କୁ ଛୁଇଁପାରେ । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ତଥା ଏହାର ଝଟ୍କା ୬୦ କି.ମି.କୁ ଛୁଇଁପାରେ । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ତଥା ଏହାର ଝଟ୍କା ୫୦ କି.ମି.କୁ ଛୁଇଁପାରେ । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande