ପୂର୍ବ-କେନ୍ଦ୍ରୀୟ ଏବଂ ଏହାକୁ ଲାଗି ରହିଥିବା ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଉପରେ ରହିଛି ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର : ୨୮ ତାରିଖ ସକାଳେ ଆନ୍ଧ୍ରପ୍ରଦେଶ ଉପକୂଳ ନିକଟସ୍ଥ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଂଚଳରେ ପହଂଚିବାର ସମ୍ଭାବନା
ଭୁବନେଶ୍ୱର, ୨୪ ଅକ୍ଟୋବର (ହି.ସ.)- ୨୪ ଅକ୍ଟୋବର ସକାଳ ୮ଟା ୩୦ ସୁଦ୍ଧା, ପୂର୍ବ-କେନ୍ଦ୍ରୀୟ ଏବଂ ଏହାକୁ ଲାଗି ରହିଥିବା ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଉପରେ ଏକ ସ୍ପଷ୍ଟ ଭାବରେ ଚିହ୍ନିତ ଲଘୁଚାପ କ୍ଷେତ୍ର ବିଦ୍ୟମାନ ରହିଛି । ଏହା ସହିତ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତନ ଠାରୁ ୫.୮ କି.ମି. ଉଚ୍ଚତା
ପୂର୍ବ-କେନ୍ଦ୍ରୀୟ ଏବଂ ଏହାକୁ ଲାଗି ରହିଥିବା ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଉପରେ ରହିଛି ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର : ୨୮ ତାରିଖ ସକାଳେ ଆନ୍ଧ୍ରପ୍ରଦେଶ ଉପକୂଳ ନିକଟସ୍ଥ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଂଚଳରେ ପହଂଚିବାର ସମ୍ଭାବନା


ଭୁବନେଶ୍ୱର, ୨୪ ଅକ୍ଟୋବର (ହି.ସ.)- ୨୪ ଅକ୍ଟୋବର ସକାଳ ୮ଟା ୩୦ ସୁଦ୍ଧା, ପୂର୍ବ-କେନ୍ଦ୍ରୀୟ ଏବଂ ଏହାକୁ ଲାଗି ରହିଥିବା ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଉପରେ ଏକ ସ୍ପଷ୍ଟ ଭାବରେ ଚିହ୍ନିତ ଲଘୁଚାପ କ୍ଷେତ୍ର ବିଦ୍ୟମାନ ରହିଛି ।

ଏହା ସହିତ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତନ ଠାରୁ ୫.୮ କି.ମି. ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପି ରହିଛି । ଏହି ସେହି ସମାନ ଅଂଚଳରେ ରହି ଶନିବାର ଏକ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ଏହାପରେ ଏହା ପଶ୍ଚିମ-ଉତରପଶ୍ଚିମ ଦିଗକୁ ଗତି କରିବାର ଏବଂ ୨୫ ତାରିଖରେ ଅଧିକ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ଏହା ସହିତ ୨୬ ତାରିଖ ସକାଳ ସୁଦ୍ଧା ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଏହା ଏକ ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି ।

ପଶ୍ଚିମ-ଉତରପଶ୍ଚିମ ଦିଗକୁ ଗତି କରିବା ସହ ଏହା କ୍ରମାଗତ ଭାବେ ଅଧିକ ଶକ୍ତିଶାଳୀ ହେବ ଏବଂ ଆସନ୍ତା ୨୮ ତାରିଖ ସକାଳ ସମୟରେ ଆନ୍ଧ୍ରପ୍ରଦେଶ ଉପକୂଳ ନିକଟସ୍ଥ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଂଚଳରେ ପହଂଚିବାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande