
ଭୁବନେଶ୍ୱର, 25 ଅକ୍ଟୋବର (ହି.ସ.) ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ରବିବାର କଳିଙ୍ଗ ଷ୍ଟାଡିୟମଠାରେ ଯୁବ କ୍ରୀଡ଼ାବିତଙ୍କ ଗହଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାସିକ ରେଡିଓ କାର୍ଯ୍ୟକ୍ରମ ‘ମନ୍ କି ବାତ୍’ର ୧୩୯ତମ ସଂସ୍କରଣର ସିଧାପ୍ରସାରଣ ଶୁଣିଛନ୍ତି। ଏହି କାର୍ଯ୍ୟକ୍ରମରେ ବିଧାୟକ ଶ୍ରୀ ସିତାଂଶୁ ଶେଖର ମହାପାତ୍ର ମଧ୍ୟ ଉପସ୍ଥିତ ଥିଲେ।
ମନ୍ତ୍ରୀ ଶ୍ରୀ ସୂରଜ ସୋସିଆଲ ମିଡିଆରେ ଏହି ସୂଚନା ଦେଇ କହିଛନ୍ତି ଯେ ଯୁବ କ୍ରୀଡ଼ାବିତଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ପ୍ରେରଣାଦାୟୀ ଅଭିଭାଷଣ ଶୁଣିବାର ସୁଯୋଗ ମିଳିଥିଲା। ଏହି ଅବସରରେ ଆୟୋଜିତ ଏକ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମରେ ଭାଗ ନେଇଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ ମଧ୍ୟ କରାଯାଇଥିଲା।
---------------
ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ