
ଭୁବନେଶ୍ୱର, ୨୬ ଅକ୍ଟୋବର (ହି.ସ)- ଭଦ୍ରକ ଜିଲ୍ଲା ବିଜେପି କାର୍ଯ୍ୟାଳୟରେ ଲୋକତନ୍ତ୍ର ବଂଚାଅ, ଆରାଜକତା ହଟାଅ' ଅଭିଯାନର ଜିଲ୍ଲାସ୍ତରୀୟ କର୍ମଶାଳା ଏବଂ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କହିଛନ୍ତି ଯେ ଗାଣତାନ୍ତ୍ରିକ ମୂଲ୍ୟବୋଧର ସୁରକ୍ଷା, ଜନସାଧାରଣଙ୍କ ସ୍ୱରକୁ ଅଧିକ ଶକ୍ତିଶାଳୀ କରିବା ଏବଂ ରାଜ୍ୟରେ ଆଇନଶୃଙ୍ଖଳା ତଥା ଶାସନ ବ୍ୟବସ୍ଥା ସମ୍ପର୍କରେ ଜନସଚେତନତା ସୃଷ୍ଟି କରିବା ଏହି ଅଭିଯାନର ମୂଳ ଲକ୍ଷ୍ୟ।
ବିଜେପି ରାଜ୍ୟ ସହ-ପ୍ରଭାରୀ ସ୍ୱଦେଶ ସିଂ ଜୀ, ରାଜ୍ୟ ସଂଗଠନ ମହାମନ୍ତ୍ରୀ ମାନସ କୁମାର ମହାନ୍ତି, ଜିଲ୍ଲା ସଭାପତି ଭଗବାନ ପଣ୍ଡା, ଭଦ୍ରକ ବିଧାୟକ ସୀତାଂଶୁ ଶେଖର ମହାପାତ୍ର , ଜିଲ୍ଲା ପ୍ରଭାରୀ ସଞ୍ଜୀବ କୁମାର ମହାନ୍ତିଙ୍କ ସମେତ ସମସ୍ତ ବରିଷ୍ଠ ନେତୃବୃନ୍ଦ ଓ କର୍ମକର୍ତାଙ୍କ ଉପସ୍ଥିତିରେ ଅଭିଯାନର ଉଦ୍ଦେଶ୍ୟ, ଗୁରୁତ୍ୱ ଏବଂ ଆଗାମୀ କାର୍ଯ୍ୟପନ୍ଥା ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଥିଲା।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା