ଭଦ୍ରକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଦୁର୍ନୀତି ନିବାରଣ ତଥା ସାଧୁତାର ଶପଥ ପାଠ, ଦୁର୍ନୀତି ମୁକ୍ତ ପ୍ରଶାସନ ଓ ସ୍ୱଚ୍ଛ ସେବା ପ୍ରଦାନ ଉପରେ ଗୁରୁତ୍ୱାରୋପ
ଭଦ୍ରକ, ୨୬ ଅକ୍ଟୋବର (ହି.ସ.) - ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ଏବଂ ଜିଲ୍ଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରସ୍ଥ ସଦଭାବନା ସଭାଗୃହ କକ୍ଷରେ ଏକ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆଜି ପୂର୍ବାହ୍ନ ୧୧ ଘଟିକା ସମୟରେ
DURNITI NIBARANA SAPATH PATH


ଭଦ୍ରକ, ୨୬ ଅକ୍ଟୋବର (ହି.ସ.) - ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ଏବଂ ଜିଲ୍ଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରସ୍ଥ ସଦଭାବନା ସଭାଗୃହ କକ୍ଷରେ ଏକ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆଜି ପୂର୍ବାହ୍ନ ୧୧ ଘଟିକା ସମୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମସ୍ତ ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ରହି ଦେଶର ପ୍ରଗତି ପାଇଁ ଦୁର୍ନୀତି ବିରୋଧରେ ଲଢ଼ିବାକୁ ସଂକଳ୍ପ ନେଇଥିଲେ। ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ରବି ନାରାୟଣ ସାହୁ ଏବଂ ଡ଼ିଏସପି ଭିଜିଲାନ୍ସ ଦୁଷ୍ମନ୍ତ ନାୟକ ଉପସ୍ଥିତ ରହି ଅଧିକାରୀ ତଥା କର୍ମଚାରୀମାନଙ୍କୁ ସାଧୁତାର ଶପଥ ପାଠ କରାଇଥିଲେ। ଶପଥ ଗ୍ରହଣ କାଳରେ ପ୍ରତ୍ୟେକ କ୍ଷେତ୍ରରେ ସଚ୍ଚୋଟତା ରକ୍ଷା, ଲାଂଚ ନ ନେବା ଓ ନ ଦେବା, ସ୍ୱଚ୍ଛତାର ସହ ଦାୟିତ୍ୱ ନିର୍ବାହ କରିବା ଏବଂ ଜନସାଧାରଣଙ୍କ ହିତ ସାଧନ ଲାଗି ସମର୍ପିତ ରହିବାକୁ ପ୍ରତିଜ୍ଞା କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ରବି ନାରାୟଣ ସାହୁ ଉଦ୍ବୋଧନ ଦେଇ ଦୁର୍ନୀତି ମୁକ୍ତ କାର୍ଯ୍ୟଶୈଳୀ ଆପଣାଇବା ଏବଂ ନିଷ୍ଠାର ସହ ସରକାରୀ କାର୍ଯ୍ୟ କରିବା ଉପରେ ଗୁରୁତ୍ୱାରୋପ କରି ମାର୍ଗଦର୍ଶନ ପ୍ରଦାନ କରିଥିଲେ। ଏହି କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ, ଡେପୁଟି କଲେକ୍ଟର ଏବଂ କର୍ମଚାରୀମାନେ ଉପସ୍ଥିତ ଥିଲେ। ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ମଧୁସ୍ମିତା ମହାପାତ୍ର କାର୍ଯ୍ୟକ୍ରମକୁ ପରିଚାଳନା କରିଥିବାବେଳେ ଜ଼ିଲ୍ଲା ସଂସ୍କୃତି ଅଧିକାରୀ ତନୁଜା ସିର୍କା ଉପସ୍ଥିତ ସମସ୍ତଙ୍କୁ ସ୍ୱାଗତ କରିଥିଲେ । ଚଳିତ ବର୍ଷର ସଚେତନତା ସପ୍ତାହର ବିଷୟବସ୍ତୁ “ସମୃଦ୍ଧି ପାଇଁ ସତ୍ୟନିଷ୍ଠା” ଯାହାକୁ ନେଇ ଏହି କାର୍ଯ୍ୟକ୍ରମରେ ସମସ୍ତେ ନିଜ ନିଜ କର୍ତବ୍ୟ ଓ ଦାୟିତ୍ୱ ନିର୍ବାହ ସମୟରେ ସଚ୍ଚୋଟତା, ସ୍ୱଚ୍ଛତା ଓ ନୈତିକତା ବଜାୟ ରଖିବା ସହ ଦୁର୍ନୀତିମୁକ୍ତ ପ୍ରଶାସନ ଗଠନ ଦିଗରେ ନିଷ୍ଠାର ସହ କାର୍ଯ୍ୟ କରିବାକୁ ସଂକଳ୍ପ ନେଇଥିଲେ।

ହିନ୍ଦୁସ୍ଥାନ ସମାଚାର / ପ୍ରମୋଦ କୁମାର ରାୟ


 rajesh pande