
ଭୁବନେଶ୍ୱର, 26 ଅକ୍ଟୋବର (ହି.ସ.)- ପଣ୍ଡିତ
ଗୋଦାବରୀଶ ମିଶ୍ରଙ୍କ ଜୟନ୍ତୀରେ ତାଙ୍କୁ ନମନ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ।
ଏନେଇ ସୋସିଆଲ ମିଡିଆ ଏକ୍ସରେ ନବୀନ କହିଛନ୍ତି ଯେ, ବିଶିଷ୍ଟ କବି, ଆଦର୍ଶ ଶିକ୍ଷକ ତଥା ପଞ୍ଚସଖାଙ୍କ ମଧ୍ୟରେ ଅନ୍ୟତମ ପଣ୍ଡିତ ଗୋଦାବରୀଶ
ମିଶ୍ରଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଉଛି। ଶିକ୍ଷାର ପ୍ରସାର ସହ ନିଜ ରଚନା ମାଧ୍ୟମରେ
ଓଡ଼ିଆ ଭାଷା ଓ ସାହିତ୍ୟକୁ ସମୃଦ୍ଧ କରିବାରେ ତାଙ୍କର ଅବଦାନ ସର୍ବଦା ସ୍ମରଣୀୟ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା