
ମାଲକାନଗିରି, ୨୭ ଅକ୍ଟୋବର (ହି.ସ.)- ମାଲକାନଗିରି ଜିଲ୍ଲା ଗସ୍ତ କରି ମାଥିଲି ବ୍ଲକର ଧୁଙ୍ଗିଆପୁଟ ବହୁମୁଖୀ ବାତ୍ୟା ଆଶ୍ରୟସ୍ଥଳୀରେ ପହଞ୍ଚି ଜରୁରୀକାଳୀନ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ବରିଷ୍ଠ ଆଇଏଏସ ଅଫିସର ଡଃ. ୟେଦୁଲା ବିଜୟ ଏବଂ ଜିଲ୍ଲାପାଳଙ୍କ ଉପସ୍ଥିତିରେ ଆଶ୍ରୟସ୍ଥଳୀଗୁଡ଼ିକରେ ଖାଦ୍ୟ, ସ୍ୱାସ୍ଥ୍ୟସେବା ଓ ପାନୀୟ ଜଳର ଉପଲବ୍ଧତା ନିଶ୍ଚିତ କରାଯାଇଛି। ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ଓଡ୍ରାଫ ଟିମ୍ ମୁତୟନ ସହ ପାଙ୍ଗାମ ପୋଲ ଉପରେ କଡ଼ା ନଜର ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ‘ଶୂନ୍ୟ ଜୀବନହାନି’ ଲକ୍ଷ୍ୟ ନେଇ ପ୍ରଶାସନ ସମ୍ପୂର୍ଣ୍ଣ ସଜାଗ ରହିଛି। ଭୟଭୀତ ନହୋଇ ସମସ୍ତେ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ।
ହିନ୍ଦୁସ୍ଥାନ ସମାଚାର / ଶିବବ୍ରତ