ବାତ୍ୟା ‘ଅର୍ଣ୍ଣବ’ ପାଇଁ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ସ୍କୁଲ ବନ୍ଦ
ଖୋର୍ଦ୍ଧା, ୨୭ ଅକ୍ଟୋବର (ହି.ସ.)- ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ଥିବାରୁ ଏହାକୁ ଦୃଷ୍ଟିରେ ରଖି ଖୋର୍ଦ୍ଧା ଜିଲାର ସମସ୍ତ ବିଦ୍ୟାଳୟକୁ ବନ୍ଦ ଘୋଷଣା କରାଯାଇଛି । ଅକ୍ଟୋବର ୨୭ ତାରିଖ ଅପରାହ୍ନ ୧ଟାରୁ ୨୮ ତାରିଖ ପର୍ଯ୍ୟନ୍ତ ଶିଶୁ ବାଟିକା ଠାରୁ ଦ୍ୱାଦଶ
ବାତ୍ୟା ‘ଅର୍ଣ୍ଣବ’ ପାଇଁ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ସ୍କୁଲ ବନ୍ଦ


ଖୋର୍ଦ୍ଧା, ୨୭ ଅକ୍ଟୋବର (ହି.ସ.)- ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ଥିବାରୁ ଏହାକୁ ଦୃଷ୍ଟିରେ ରଖି ଖୋର୍ଦ୍ଧା ଜିଲାର ସମସ୍ତ ବିଦ୍ୟାଳୟକୁ ବନ୍ଦ ଘୋଷଣା କରାଯାଇଛି । ଅକ୍ଟୋବର ୨୭ ତାରିଖ ଅପରାହ୍ନ ୧ଟାରୁ ୨୮ ତାରିଖ ପର୍ଯ୍ୟନ୍ତ ଶିଶୁ ବାଟିକା ଠାରୁ ଦ୍ୱାଦଶ ଶ୍ରେଣୀ ଯାଏଁ ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ, ଓଏଭିଏସ୍ ଓ ଘରୋଇ ବିଦ୍ୟାଳୟ ବନ୍ଦ ରହିବ। ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଜିଲା ସମଗ୍ର ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଏନେଇ ଆଦେଶ ଜାରି ହୋଇଛି । ୨୭ ତାରିଖ ଦିନ ମଧ୍ୟାହ୍ନ ଭୋଜନ ପ୍ରଦାନ ପରେ ବିଦ୍ୟାଳୟ ବନ୍ଦ କରାଯିବ । ତେବେ ଏହି ସମୟରେ ଶିକ୍ଷକ ଓ କର୍ମଚାରୀମାନେ ବିଦ୍ୟାଳୟରେ ଉପସ୍ଥିତ ରହିବେ। ସେମାନଙ୍କ ଛୁଟିକୁ ବାତିଲ କରାଯାଇଛି। ବାତ୍ୟା ଓ ବର୍ଷାଜନିତ ପରିସ୍ଥିତିର ମୁକାବିଲା ପାଇଁ ବିଦ୍ୟାଳୟ କୋଠାକୁ ଆଶ୍ରୟସ୍ଥଳ ଭାବେ ବ୍ୟବହାର ଉପଯୋଗୀ କରିବା ସହ ଆବଶ୍ୟକ ସୁବିଧା ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ରହିଛି । ଏଥିସହ ପ୍ରଧାନଶିକ୍ଷକମାନେ ରୋଷ୍ଟର ଡ୍ୟୁଟି ବ୍ୟବସ୍ଥା କରି ବିଦ୍ୟାଳୟକୁ ୨୪ ଘଣ୍ଟା ଖୋଲା ରଖିବେ। ଆବଶ୍ୟକ ସମୟରେ ଜିଲା ପ୍ରଶାସନକୁ ସହଯୋଗ କରିବାକୁ ମଧ୍ୟ ଆଦେଶରେ କୁହାଯାଇଛି।

ହିନ୍ଦୁସ୍ଥାନ ସମାଚାର / ରାକେଶ


 rajesh pande